ଉତ୍କଳ ଦିବସ

୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ ।[୧] [୨] ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ [୩] କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । [୩],[୪][୫] ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଆଧାର[ସମ୍ପାଦନା]
- ↑ "Utkal Dibasa also called Odisha day is being celebrated on April 1st today". infocera.com. 2012. Retrieved 3 July 2012.
The Odisha province was formed on the basis of linguistic pattern of people in the area on April 1, 1936
- ↑ "Poor water management has made Odisha victim of drought and floods". The Hindu. Retrieved 6 April 2006.
- ↑ ୩.୦ ୩.୧ Orissareview. April 2008. pp. 17-19
- ↑ ଓଡ଼ିଶା ରିଭିଉ ଏପ୍ରିଲ ୨୦୦୬ ଅଲଗା ଓଡ଼ିଶା ରାଜ୍ୟ ଗଠନ- ପରେଶ୍ୱର ସାହୁ
- ↑ ଟାଇମସ ଅଫ ଇଣ୍ଡିଆ, ଓଡ଼ିଶାର ନାମ ବଦଳ