Jump to content

ଉତ୍କଳ ଦିବସ

ଉଇକିପିଡ଼ିଆ‌ରୁ
(ଓଡ଼ିଶା ଦିବସରୁ ଲେଉଟି ଆସିଛି)
ନବଗଠିତ ଆଧୁନିକ ଓଡ଼ିଶାର ମାନଚିତ୍ର

୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ ।[] [] ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ [] କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବକୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା ।

ଇତିହାସ

[ସମ୍ପାଦନା]

ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ ପାଇଁ ମୁଖ୍ୟ ବିପ୍ଳବ ଉତ୍କଳ ସମ୍ମିଳନୀ ଗଠନ ଦିନଠାରୁ ତିନି ଦଶନ୍ଧି ଧରି ଲାଗିରହିଥିଲା ଓ ଏହା ଏକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ମୂଳଦୁଆ ସ୍ଥାପନକରିଥିଲା । ମଧୁସୂଦନ ଦାସ, ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତି, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଆଦିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅଧିକ ତୀବ୍ର ହୋଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଥିଲା । ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଉତ୍କଳ ଦିବସ ନାମରେ ପାଳନ କରାଯାଇ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣକରାଯାଏ । [],[][] ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।

ଅଧିକ ପଠନ

[ସମ୍ପାଦନା]
  1. "Utkal Dibasa also called Odisha day is being celebrated on April 1st today". infocera.com. 2012. Archived from the original on 5 May 2011. Retrieved 3 July 2012. The Odisha province was formed on the basis of linguistic pattern of people in the area on April 1, 1936
  2. "Poor water management has made Odisha victim of drought and floods". The Hindu. Archived from the original on 9 April 2009. Retrieved 6 April 2006.
  3. ୩.୦ ୩.୧ Orissareview. April 2008. pp. 17-19
  4. ଓଡ଼ିଶା ରିଭିଉ ଏପ୍ରିଲ ୨୦୦୬ ଅଲଗା ଓଡ଼ିଶା ରାଜ୍ୟ ଗଠନ- ପରେଶ୍ୱର ସାହୁ
  5. ଟାଇମସ ଅଫ ଇଣ୍ଡିଆ, ଓଡ଼ିଶାର ନାମ ବଦଳ