କମଳା ଦାସ

ଉଇକିପିଡ଼ିଆ‌ରୁ
ଡା. କମଳା ଦାସ
ବିଧାୟିକା: ୧୦ମ, ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୨୦୦୪
ପୂର୍ବ ଅଧିକାରୀଉମାରାଣୀ ପାତ୍ର
ପର ଅଧିକାରୀଅନନ୍ତ ଦାସ
ନିର୍ବାଚନ ମଣ୍ଡଳୀଭୋଗରାଇ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1945-08-16) ୧୬ ଅଗଷ୍ଟ ୧୯୪୫ (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକାଳୀ କୁମାର ଦାସ
ସନ୍ତାନ୧ ପୁଅ ଓ ୧ ଝିଅ
ବାପା/ବୋଉଗୟା ପ୍ରସାଦ ପାତ୍ର (ବାପା)
ବୃତ୍ତିଡାକ୍ତର

କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ ।[୧] କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।[୨]

କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩][୪] ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୫] ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୬]

କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

କମଳା ଦାସ ୧୯୪୫ ମସିହାର ଅଗଷ୍ଟ ମାସ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୭] ତାଙ୍କ ବାପାଙ୍କ ନାମ ଥିଲେ ଗୟା ପ୍ରସାଦ ପାତ୍ର । ସେ ଡାକ୍ତରୀ ଛାତ୍ରୀ ଭାବରେ ଏମ୍.ବି.ବି.ଏସ୍. କରିଥିଲେ ଏବଂ ପରେ ଏମ୍‌.ଏସ୍. କରିଥିଲେ ।[୭] କମଳା କାଳୀ କୁମାର ଦାସଙ୍କୁ ବିବାହ କରିଥିଲେ ।[୮] ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି ।

ରାଜନୈତିକ ଜୀବନ[ସମ୍ପାଦନା]

କମଳା ଦାସ ଜନତା ଦଳର ପ୍ରତିନିଧି ଭାବରେ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୯] ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ସେ ରାଜ୍ୟ ଶିକ୍ଷା ଓ ଯୁବ ସେବା ବିଭାଗର ମନ୍ତ୍ରୀ ଭାବରେ ପ୍ରଥମେ ୨୪ ଜୁଲାଇ ୧୯୯୦ରୁ ୪ ଜାନୁଆରୀ ୧୯୯୩ ଯାଏଁ କାର୍ଯ୍ୟ କରିଥିଲେ ।[୨] ଏହାପରେ ସେ ୪ ଜାନୁଆରୀ ୧୯୯୩ରୁ ୧୫ ମାର୍ଚ୍ଚ ୧୯୯୫ ଯାଏଁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୨]

୧୯୯୫ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନ ସେ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୯] ଏହି ବିଧାନ ସଭାରେ ସେ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ କାର୍ଯ୍ୟ କରିଥିଲେ । ଏହି ସମୟରେ ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ବିଜୁ ଜନତା ଦଳର ଗଠନ ହେଲା ଏବଂ କମଳା ବିଜୁ ଜନତା ଦଳରେ ଯୋଗ ଦେଇଥିଲେ ।[୧୦]

୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ପୁଣିଥରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୯] ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାଯାଏଁ ବିଜୁ ଜନତା ଦଳର ସରକାର ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ । ୧୨ଶ ଓଡ଼ିଶା ବିଧାନ ସଭାରେ ସେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଦୁଇଟି ବିଭାଗର ମନ୍ତ୍ରୀ ଥିଲେ । କମଳା ମହିଳା ଓ ଶିଶୁ ବିକାଶ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ ୬ ମାର୍ଚ୍ଚ ୨୦୦୦ରୁ ୯ ଜୁଲାଇ ୨୦୦୧ ଯାଏଁ କାର୍ଯ୍ୟ କରିଥିଲେ ।[୨]

ଏହାପରେ ସେ ବିଜୁ ଜନତା ଦଳ ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ।[୧୦] ମାତ୍ର ୨୦୧୪ ମସିହାରେ ସେ ପୁଣିଥରେ ବିଜୁ ଜନତା ଦଳକୁ ପ୍ରତ୍ୟାବର୍ତ୍ତନ କରିଥିଲେ ।[୧୧][୧୨]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ଭୋଗରାଇ ଜନତା ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ଭୋଗରାଇ ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ଭୋଗରାଇ ବିଜୁ ଜନତା ଦଳ

ପୁସ୍ତକ ରଚନା[ସମ୍ପାଦନା]

ସ୍ୱାସ୍ଥ୍ୟ ଶିକ୍ଷା ଉପରେ କମଳା ଦାସଙ୍କ ରଚିତ ପାଠ୍ୟ ପୁସ୍ତକ ବି.ଏଡ୍ ଓ +୨ ପିଲାଙ୍କୁ ପଢ଼ାଯାଉଛି ।[୨]

ଆଧାର[ସମ୍ପାଦନା]

  1. Pioneer, The. "Umesh Swain, Kamala Das to join BJD". The Pioneer (in ଇଂରାଜୀ). Archived from the original on 23 Jun 2021. Retrieved 2019-03-15. {{cite web}}: |archive-date= / |archive-url= timestamp mismatch; 20 ସେପ୍ଟେମ୍ବର 2022 suggested (help)
  2. ୨.୦ ୨.୧ ୨.୨ ୨.୩ ୨.୪ "Dr. Kamala Das". odishaassembly.nic.in. Retrieved 2019-03-15.
  3. "Bhograi Assembly Constituency Election Result - Legislative Assembly Constituency". resultuniversity.com. Retrieved 2019-03-15.
  4. "Kamala Das winner in Bhograi, Odisha Assembly Elections 1990: LIVE Results & Latest News: Election Dates, Polling Schedule, Election Results & Live Election Updates". Latestly (in ଇଂରାଜୀ). Retrieved 2019-03-15.
  5. "Kamala Das winner in Bhograi, Odisha Assembly Elections 1995: LIVE Results & Latest News: Election Dates, Polling Schedule, Election Results & Live Election Updates". Latestly (in ଇଂରାଜୀ). Retrieved 2019-03-15.
  6. "Dr. Kamala Das winner in Bhograi, Odisha Assembly Elections 2000: LIVE Results & Latest News: Election Dates, Polling Schedule, Election Results & Live Election Updates". Latestly (in ଇଂରାଜୀ). Retrieved 2019-03-15.
  7. ୭.୦ ୭.୧ "MLA Dr. Kamala Das Profile | BHOGRAI Constituency". naveenpatnaik.com. Archived from the original on 2017-10-26. Retrieved 2019-03-15.
  8. "MLA Dr. Kamala Das Profile | BHOGRAI Constituency". odishahelpline.com. Retrieved 2019-03-15.
  9. ୯.୦ ୯.୧ ୯.୨ "Bhograi Elections Results 2014, Current MLA, Candidate List of Assembly Elections in Bhograi, Orissa". www.elections.in. Retrieved 2019-03-15.
  10. ୧୦.୦ ୧୦.୧ Bureau, Odisha Sun Times. "Dr Kamala Das quits Cong; set to return to BJD | OdishaSunTimes.com". odishasuntimes.com (in ଆମେରିକୀୟ ଇଂରାଜୀ). Archived from the original on 15 March 2019. Retrieved 2019-03-15.
  11. "Former Odisha BJP leader joins BJD, Kamala Das quits Congress". www.newsbharati.com (in ଇଂରାଜୀ). Archived from the original on 15 March 2019. Retrieved 2019-03-15.
  12. "Golak Naik Joins BJD, Kamala Das Quits Congress". The New Indian Express. Retrieved 2019-03-15.