କାହ୍ନୁ ଚରଣ ନାଏକ
କାହ୍ନୁ ଚରଣ ନାଏକ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ହୃଷିକେଶ ନାୟକ |
ପର ଅଧିକାରୀ | ହୃଷିକେଶ ନାୟକ |
ନିର୍ବାଚନ ମଣ୍ଡଳୀ | ପାଟଣା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ଲକ୍ଷ୍ମୀପ୍ରିୟା ନାଏକ |
ସନ୍ତାନ | ୧ ଝିଅ |
ବାପା/ବୋଉ | ରାମଚନ୍ଦ୍ର ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
କାହ୍ନୁ ଚରଣ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ । କାହ୍ନୁ ଚରଣ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]କାହ୍ନୁ ଚରଣ ନାଏକ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ରାମଚନ୍ଦ୍ର ନାଏକ ।[୧] କାହ୍ନୁ ଚରଣଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧] ତାଙ୍କ ପତ୍ନୀଙ୍କ ନାମ ଲକ୍ଷ୍ମୀପ୍ରିୟା ନାଏକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କାହ୍ନୁ ଚରଣ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]
୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କାହ୍ନୁ ଚରଣ ନାଏକ ଜନତା ଦଳର ପ୍ରାର୍ଥୀ ଭାବରେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫,୧୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ପଦ୍ମଲୋଚନ ସିଂହଙ୍କୁ ୯୬୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।