କୋଣାର୍କ

ଉଇକିପିଡ଼ିଆ‌ରୁ
Jump to navigation Jump to search
କୋଣାର୍କ
—  ସହର  —
କୋଣାର୍କ
କୋଣାର୍କର ଅବସ୍ଥାନ
ଓଡ଼ିଶାରେ ଓ ଭାରତ
ଦିଗବାରେଣି 19°54′N 86°07′E / 19.90°N 86.12°E / 19.90; 86.12Coordinates: 19°54′N 86°07′E / 19.90°N 86.12°E / 19.90; 86.12
ଦେଶ ଭାରତ
ରାଜ୍ୟ ଓଡ଼ିଶା
ଭାରତର ଜିଲାସବୁ ପୁରୀ
ଲୋକସଂଖ୍ୟା ୧୫,୦୧୫ (2001)
ସମୟ ଜୋନ ଆ.ଏସ.ଟି (ୟୁଟିସି +୫.୩୦)
ପରିସୀମା

ସମୁଦ୍ର ପତ୍ତନଠାରୁ ଉଚ୍ଚତା


2 metres (6.6 ft)

ବେବସାଇଟ konark.nic.in http://www.konark.nic.in/ konark.nic.in

କୋଣାର୍କ ଓଡ଼ିଶାର ପୁରୀ ଜିଲ୍ଲାରେ ଅବସ୍ଥିତ ଏକ ଛୋଟ ସହର । ଏଠାରେ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ସ୍ଥାପିତ ସୂର୍ଯ୍ୟ ମନ୍ଦିର ଅବସ୍ଥିତ । ପୁରୀ ସହରଠାରୁ ୩୨ କି.ମି. ଦୂରତାରେ ବଙ୍ଗୋପସାଗର କୂଳରେ ଅବସ୍ଥିତ । ଏହା ସ୍ୱର୍ଣ୍ଣ ତ୍ରିଭୁଜର ଗୋଟିଏ ସୀମାରେ ଅବସ୍ଥିତ । ଏହା ବ୍ଲାକ ପାଗୋଡା ନାମରେ ମଧ୍ୟ ବିଶ୍ୱ ବିଖ୍ୟାତ । [୧] କୋଣାର୍କ ଅର୍କ କ୍ଷେତ୍ର ନାମରେ ପୁରାଣ ପ୍ରସିଦ୍ଧ । ଏହା ମିତ୍ରବନ ଭାବେ ମଧ୍ୟ ପରିଚିତ ଥିଲା| [୨] ଏହି ସ୍ଥାନ ଭୁବନେଶ୍ୱରଠାରୁ ୬୫ କି.ମି. ଦୁରରେ ଅବସ୍ଥିତ । ଏଠାରେ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ସ୍ଥାପିତ ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ରହିଛି । ଏହା ଚନ୍ଦ୍ରଭାଗାବଙ୍ଗୋପସାଗର କୂଳରେ ଅବସ୍ଥିତ । କୋଣାର୍କରେ ପ୍ରତି ଡିସେମ୍ବର ମାସରେ ବାର୍ଷିକ ନାଚ ଓ ଗୀତ ଉତ୍ସବ ପାଳନ ହୁଏ । ଏଥିରେ ଅନେକ ଭାରତୀୟ ନାଚ ପ୍ରଦର୍ଶିତ ହୁଏ ।

କୋଣାର୍କ ସୂର୍ଯ୍ୟ ମନ୍ଦିର[ସମ୍ପାଦନା]

କୋଣାର୍କ ସୂର୍ଯ୍ୟ ମନ୍ଦିର

ଏହି ମନ୍ଦିରଟି ଚନ୍ଦ୍ରଭାଗା ନଦୀ ଓ ବଙ୍ଗୋପସାଗରର ସଙ୍ଗମ ସ୍ଥଳରେ ଗଢିଉଠିଥିଲା । ସେ ଯୁଗରେ ଏହା ଏକ ପୋତାଶ୍ରୟୀ ବନ୍ଦର ଥିଲା । ଏହାର ନାମଥିଲା କୋଣଗର । ଏହାର ବେଢାର ଦୈର୍ଘ୍ୟ ଓ ପ୍ରସ୍ଥ ଯଥାକ୍ରମେ ୮୫୭ ଓ ୫୪୦ଫୁଟ୍ । ୧୩ ଫୁଟ୍ ଉଚ୍ଚ ପଥର ଚଟାଣ ଉପରେ ରଥ ରୂପରେ ବିମାନ ଓ ଜଗମୋହନ ଗଢାହେଲା ।

ମନ୍ଦିରଟି କଳିଙ୍ଗ ସ୍ଥାପତ୍ୟ ନିୟମ ଅନୁଯାୟୀ ତିଆରି । ୧୨୩୮ଠାରୁ ୧୨୬୪ଖ୍ରୀ.ଅ ମଧ୍ୟରେ ଓଡ଼ିଶାରେ ରାଜା ଲାଙ୍ଗୁଳା ନରସିଂହଦେବ ରାଜୁତି କରୁଥିଲେ । ସେ ସୂର୍ଯ୍ୟଙ୍କ ପୂଜାପାଇଁ ସୁନ୍ଦର ମନ୍ଦିରଟିଏ ତୋଳେଇବାକୁ ଇଚ୍ଛା କରିଥିଲେ । ରାଜାଙ୍କ ଆଦେଶରେ ରାଜ୍ୟର ଅନେକ କାରିଗରଙ୍କ ମଧ୍ୟରୁ ୧୨୦୦ ଭଲ ଭଲ କାରିଗରଙ୍କୁ ବଛାହେଇ ମନ୍ଦିରର କାମ ଆରମ୍ଭ ହୋଇଥିଲା । ମନ୍ଦିର ତିଆରିରେ ମୂଖ୍ୟ କାରିଗର ଥିଲେ ବିଶୁମହାରଣା । ସମୂଦ୍ରକୂଳ ଚନ୍ଦ୍ରଭାଗାନଦୀ ମୂହାଣରେ ମନ୍ଦିରର ଆରମ୍ଭ ହୋଇଥିଲା । ମନ୍ଦିରଟି ଏକ ରଥ ଆକାରରେ ତିଆରିହେଲା । ସେଥିରେ ସାତଟି ପଥର ଘୋଡ଼ା ଯୋଖା ହେଲା । ଏହାର ଚକ ସଂଖ୍ୟା ୨୪ ।

ଆଧାର[ସମ୍ପାଦନା]

ଆଗକୁ ପଢ଼ିବେ[ସମ୍ପାଦନା]

  • G.C. Chauley, Sun Temple of Konark: History and Preservation ISBN 978-81-86867-73-0

ଅଧିକ ତଥ୍ୟ[ସମ୍ପାଦନା]