କ୍ଷେତ୍ର ମୋହନ ପାଣିଗ୍ରାହୀ

ଉଇକିପିଡ଼ିଆ‌ରୁ
କ୍ଷେତ୍ର ମୋହନ ପାଣିଗ୍ରାହୀ
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୭
ପୂର୍ବ ଅଧିକାରୀଦୁତିଅ ରାଉଳ
ପର ଅଧିକାରୀସୁରେନ୍ଦ୍ର ପ୍ରଧାନ
ନିର୍ବାଚନ ମଣ୍ଡଳୀଆଠମଲ୍ଲିକ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1925-08-10)ଅଗଷ୍ଟ ୧୦, ୧୯୨୫
ମୃତ୍ୟୁ୧୩ ଅକ୍ଟୋବର ୨୦୧୩(2013-10-13) (ବୟସ ୮୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ
ଜୀବନ ସାଥୀପଦ୍ମିନୀ ପାଣିଗ୍ରାହୀ
ବାପା/ବୋଉସୋମନାଥ ପାଣିଗ୍ରାହୀ (ବାପା)
ବୃତ୍ତିରାଜନୀତିଜ୍ଞ

କ୍ଷେତ୍ର ମୋହନ ପାଣିଗ୍ରାହୀ (୧୦ ଅଗଷ୍ଟ ୧୯୨୫ - ୧୩ ଅକ୍ଟୋବର ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଓ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କ୍ଷେତ୍ର ମୋହନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କ୍ଷେତ୍ର ମୋହନ ପାଣିଗ୍ରାହୀ ୧୯୨୫ ମସିହାର ଅଗଷ୍ଟ ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୋମନାଥ ପାଣିଗ୍ରାହୀ ଓ ପତ୍ନୀଙ୍କ ନାମ ପଦ୍ମିନୀ ପାଣିଗ୍ରାହୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କ୍ଷେତ୍ର ମୋହନ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଓ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

କ୍ଷେତ୍ର ମୋହନ ପାଣିଗ୍ରାହୀ ୨୦୧୩ ମସିହାର ଅକ୍ଟୋବର ମାସ ୧୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Khetra Mohan Panigrahi". odishaassembly.nic.in. Odisha Assembly. Retrieved 2 July 2020.