ଗର୍ଭଣା ସଂକ୍ରାନ୍ତି

ଉଇକିପିଡ଼ିଆ ରୁ
Jump to navigation Jump to search
ଗର୍ଭଣା ସଂକ୍ରାନ୍ତି
ପାଳନକାରୀକୃଷକ, ଗୃହମାଲିକ
ପ୍ରକାରକୃଷି
ପାଳନଗର୍ଭଣା ଗଛର ଡାଳକୁ ପୂଜା କରି କ୍ଷେତରେ ପୋତାଯାଏ
ତାରିଖତୁଳା ସଂକ୍ରାନ୍ତି
୨୦୨୦ ତାରିଖ୧୭ ଅକ୍ଟୋବର (ଶନିବାର)
ପୌନଃପୁନିକତାବାର୍ଷିକ

ଓଡ଼ିଶାର ପର୍ବପର୍ବାଣିଗୁଡିକ ଋତୁ, ଧର୍ମ ଓ ସାମାଜିକ ଭିତ୍ତିରେ ପାଳନ କରାଯାଏ । ତନ୍ମଧ୍ୟରୁ ଅନେକ ପର୍ବ କୃଷି ସମ୍ବନ୍ଧିୟ । ତୁଳା ମାସର ସଂକ୍ରାନ୍ତିରେ ପାଳିତ ହୁଏ ଗର୍ଭଣା ସଂକ୍ରାନ୍ତି । ଇଂରାଜୀ ମାସ ଅକ୍ଟୋବରରେ ପଡେ ଏହି ସଂକ୍ରାନ୍ତି । ଗର୍ଭ କହିଲେ ଭୃଣକୁ ବୁଝାଯାଏ । ଏହି ସଂକ୍ରାନ୍ତି ବେଳକୁ ଧାନଗଛର ଗର୍ଭରେ ଧାନ କେଣ୍ଡା ବାହାରେ । ଏହି ସମୟରେ ଗର୍ଭଣା ଗଛର ଡାଳକୁ ପୂଜା କରି କ୍ଷେତରେ ପୋତିଲେ ଭଲ ଫସଲ ହୁଏ ବୋଲି ପ୍ରବାଦ ରହିଛି । ଗର୍ଭଣା ଗଛକୁ କେତେକ ସ୍ଥାନରେ ଅଙ୍କରାନ୍ତି ଗଛ ମଧ୍ୟ କହନ୍ତି । ଏହାର ଅନେକ ଔଷଧୀୟ ଗୁଣ ରହିଛି । ଚାଷୀମାନେ ଏହିଦିନ ନିଷ୍ଠାର ସହିତ ପାଳନ କରନ୍ତି । ଗୃହମାଲିକ ତଥା କୃଷକ ସ୍ନାନାଦି କର୍ମ ସାରି ଗର୍ଭଣା ଗଛର ଡାଳ ଆଣି ବିଧିପୂର୍ବକ ପୂଜା କଲା ପରେ ଧାନ କ୍ଷେତରେ ପୋତି ଦିଅନ୍ତି ଏବଂ ଭଲ ଫସଲ ପାଇଁ ପ୍ରାର୍ଥନା କରନ୍ତି । ଗର୍ଭଣା ସଂକ୍ରାନ୍ତି ଉପରେ ଏକ କୃଷି ବଚନ ଅଛି -ଆଗେ ବୁଣୁ ପଛେ ବୁଣୁ, ଗର୍ଭଣାକୁ ଟୁଣୁଟୁଣୁ । ଅର୍ଥାତ ଏହି ସମୟକୁ ଧାନଗଛ ଗର୍ଭଧାରଣ କରିସାରିଥାଏ ।[୧]

ଆଧାର[ସମ୍ପାଦନା]

  1. ସମ୍ବାଦ, ପୃଷ୍ଠା-୨, ୧୭.୧୦.୨୦୧୩