Jump to content

ଗୋକୁଳାନନ୍ଦ ମଲ୍ଲିକ

ଉଇକିପିଡ଼ିଆ‌ରୁ
ଗୋକୁଳାନନ୍ଦ ମଲ୍ଲିକ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀଶ୍ରୀକାନ୍ତ ସାହୁ
ନିର୍ବାଚନ ମଣ୍ଡଳୀପୋଲସରା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ବୃତ୍ତିରାଜନୀତିଜ୍ଞ

ଗୋକୁଳାନନ୍ଦ ମଲ୍ଲିକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ପୋଲସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୫,୭୭୩ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ଶ୍ରୀକାନ୍ତ ସାହୁଙ୍କୁ ୨୦,୯୪୬ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଆଧାର[ସମ୍ପାଦନା]

  1. "General Election to Assembly Constituencies 2024: Polasara (Odisha)". Election Commission of India. Retrieved 27 June 2024.