ଗୋବିନ୍ଦ ପ୍ରଧାନ

ଉଇକିପିଡ଼ିଆ‌ରୁ
ଗୋବିନ୍ଦ ପ୍ରଧାନ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀମାଗୁଣି ଚରଣ ପ୍ରଧାନ
ପର ଅଧିକାରୀସୋମନାଥ ରଥ
ନିର୍ବାଚନ ମଣ୍ଡଳୀଭଞ୍ଜନଗର
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀପଟ୍ଟାପୁର
ବିଧାୟକ: ସ୍ୱାଧୀନତା ପୂର୍ବର ପ୍ରଥମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀଆସିକା-ସୁରଡ଼ା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୮୦
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଆଶାଲତା ପ୍ରଧାନ
ବାପା/ବୋଉବଳରାମ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଗୋବିନ୍ଦ ପ୍ରଧାନ (ମୃତ୍ୟୁ: ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ସେ ଆସିକା-ସୁରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସ୍ୱାଧୀନତା ପରେ ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଟ୍ଟାପୁର ଓ ଭଞ୍ଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଗୋବିନ୍ଦ ପ୍ରଧାନଙ୍କ ବାପାଙ୍କ ନାମ ବଳରାମ ପ୍ରଧାନ ଓ ପତ୍ନୀଙ୍କ ନାମ ଆଶାଲତା ପ୍ରଧାନ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗୋବିନ୍ଦ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ[୨] ଏବଂ ସ୍ୱାଧୀନତା ପରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୩୭ ୧୯୪୬ ସଭ୍ୟ, ସ୍ୱାଧୀନତା ପୂର୍ବରୁ ୧ମ ଓଡ଼ିଶା ବିଧାନ ସଭା ଆସିକା-ସୁରଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୫୨ ୧୯୫୭ ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା ପଟ୍ଟାପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୫୭ ୧୯୬୧ ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା ଭଞ୍ଜନଗର ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ[ସମ୍ପାଦନା]

ଗୋବିନ୍ଦ ୧୯୮୦ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Govind Pradhan". odishaassembly.nic.in. Odisha Assembly. Retrieved 6 February 2021.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)