ଗୋଷ୍ଠାଷ୍ଟମୀ

ଉଇକିପିଡ଼ିଆ‌ରୁ

କାର୍ତ୍ତିକ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ଗୋପାଷ୍ଟମୀ ବା ଗୋଷ୍ଠାଷ୍ଟମୀ ପର୍ବ ପାଳିତ ହୋଇଥାଏ । ଏହିଦିନ ପ୍ରାତଃକାଳରୁ ସ୍ନାନାଦି ନିତ୍ୟକର୍ମ ସାରି ଗୋମାତାଙ୍କୁ ସ୍ନାନ କରାଇବା ପରେ ଜଳ, ଅକ୍ଷତ, ଶସ୍ୟ, ବସ୍ତ୍ର, ଭୋଗ ଏବଂ ଧୂପ ଆଦି ସହ ପୂଜା କରାଯାଇଥାଏ । ଏହି ଦିନ ଗୋପାଳକଙ୍କର ପୂଜା କରାଯିବାର ମଧ୍ୟ ବିଧି ରହିଛି । ବ୍ରଜ ସଂସ୍କୃତିରେ ଏହି ପର୍ବର ବିଶେଷ ମହତ୍ତ୍ୱ ରହିଛି । ଗୋମାତାଙ୍କ ରକ୍ଷା କରିଥିବା ହେତୁ ଭଗବାନ ଶ୍ରୀକୃଷ୍ଣଙ୍କ ନାମ ‘ଗୋବିନ୍ଦ’ ଗୋମାତାଙ୍କ ପୂଜା କରିବା ସହ ସେମାନଙ୍କୁ ଘାସ ଅର୍ପଣ କରିବା ପରେ ସେମାନଙ୍କ ଚାରିପାଖରେ ପରିକ୍ରମା କଲେ ସମସ୍ତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ । ସନ୍ଧ୍ୟା ସମୟରେ ଗୋମାତାଙ୍କ ପାଦଧୂଳି ମସ୍ତକରେ ଲଗାଇଲେ ସୌଭାଗ୍ୟ ପ୍ରାପ୍ତି ହୋଇଥାଏ । ପୁରାଣରେ ଥିବା ମାନ୍ୟତା ଅନୁଯାୟୀ କାର୍ତ୍ତିକ ଶୁକ୍ଳ ପକ୍ଷ ପ୍ରତିପଦାଠାରୁ ସପ୍ତମୀ ପର୍ଯ୍ୟନ୍ତ ଗାଈ, ଗୋପ ଏବଂ ଗୋପୀମାନଙ୍କ ରକ୍ଷା ନିମନ୍ତେ ଭଗବାନ କୃଷ୍ଣ ଗୋବର୍ଦ୍ଧନ ପର୍ବତ ତୋଳି ଧରିଥିଲେ । ଅଷ୍ଟମ ଦିନ ଦେବରାଜ ଇନ୍ଦ୍ର ଅହଙ୍କାର ଭଙ୍ଗ ହୋଇଥିଲା । ସେ ଭଗବାନ କୃଷ୍ଣଙ୍କ ଶରଣ ପଶିଥିଲେ । ଗୋମାତା କାମଧେନୁ ଭଗବାନ ଶ୍ରୀକୃଷ୍ଣଙ୍କ ଅଭିଷେକ କରିଥିଲେ । ସେହିଦିନଠାରୁ ଶ୍ରୀକୃଷ୍ଣଙ୍କ ନାମ ‘ଗୋବିନ୍ଦ’ ହୋଇଥିଲା । [୧]

  1. ଦିନଲିପି, ପୃଷ୍ଠା-୨, ୭.୧୧.୨୦୧୬

ଆଧାର[ସମ୍ପାଦନା]