ଚତୁର୍ମାସ୍ୟା

ଉଇକିପିଡ଼ିଆ ରୁ
ଚତୁର୍ମାସ୍ୟା
ପାଳନକାରୀ ହିନ୍ଦୁ ଲୋକ
ଆରମ୍ଭ ଆଷାଢ଼ ଶୁକ୍ଳ ଏକାଦଶୀ
ଶେଷ କାର୍ତ୍ତିକ ଶୁକ୍ଳ ଏକାଦଶୀ
ସମ୍ପର୍କିତ ବିଷ୍ଣୁଙ୍କ ଶୟନ

ଆଷାଢ଼ ଶୁକ୍ଳ ଏକାଦଶୀ ବା ହରିଶୟନ ଏକାଦଶୀ ଦିନ ଠାରୁ ଚତୁର୍ମାସ୍ୟା ଆରମ୍ଭ ହୋଇଯାଏ । ଏହା ସାଧାରଣତଃ ଅଶୁଦ୍ଧ କାଳ ବୋଲି ବିବେଚନା କରାଯାଏ, ତେଣୁ ଏହି ସମୟରେ କୌଣସି ଶୁଭ କର୍ମ କରାଯାଏ ନାହିଁ । ଏହି ସମୟରେ ଭଗବାନ ବିଷ୍ଣୁ ଶୟନରେ ଥା’ନ୍ତି ବୋଲି ବିଶ୍ୱାସ କରାଯାଏ । କିନ୍ତୁ ଏହା ଶ୍ରୀହରିଙ୍କୁ ଆରାଧନା କରିବାର ପ୍ରକୃଷ୍ଟ ସମୟ ବୋଲି ଅନେକ ମତ ଦିଅନ୍ତି । ବର୍ଷା ଚାରିମାସ ମଧ୍ୟରେ ମନୁଷ୍ୟ ଯେତେଦିନ ଜନାର୍ଦ୍ଦନଙ୍କ ସମ୍ମୁଖରେ ସମୟ ଅତିବାହିତ କରେ, ସେତେ ସମୟ ପର୍ଯ୍ୟନ୍ତ ସେ ଅଶ୍ୱମେଧ ଯଜ୍ଞର ଫଳ ଲାଭକରେ । ମହୋଦଧିର ପବିତ୍ର ଜଳରେ ସ୍ନାନପୂର୍ବକ ଭଗବାନ ଶ୍ରୀ ପୁରୁଷୋତ୍ତମଙ୍କର ଦର୍ଶନ କରି ଚତୁର୍ମାସ୍ୟା ବ୍ରତ ପାଳନ କରିବା ଦ୍ୱାରା ମୁକ୍ତିର ସାଧନ ସୁଗମ ହୁଏ । ଏଥିପାଇଁ ସାଧକମାନେ ଏହି ସମୟରେ ପୁରୁଷୋତ୍ତମ କ୍ଷେତ୍ରରେ ବାସ କରନ୍ତି । କୁହାଯାଏ ଯେ ବର୍ଷର ଆଠମାସ କାଳ ଭଗବାନଙ୍କୁ ଦର୍ଶନ କରି ମନୁଷ୍ୟ ଯେଉଁ ପୁଣ୍ୟ ଅର୍ଜନ କରିଥାଏ ଚତୁର୍ମାସ୍ୟାର ଗୋଟିଏ ଦିନ ଦର୍ଶନରେ ସେହି ଫଳ ମିଳେ । ସାଧାରଣତଃ ଶାକହାର କିମ୍ବା ଫଳାହାର ଦ୍ୱାରା ଏହି ବ୍ରତ ପାଳନ କରାଯାଇଥାଏ । ଯେଉଁମନେ ଆଧ୍ୟାତ୍ମିକସ୍ତରରେ ଉଚ୍ଚତର ସୋପାନକୁ ଯିବା ପାଇଁ ଇଚ୍ଛୁକ ଥାଆନ୍ତି ସେମାନେ ଏହି ସମୟରେ କୌଣସି ନିର୍ଜନ ସ୍ଥାନକୁ ଯାଇ ତପସ୍ୟାରେ ନିମଗ୍ନ ହୋଇଯାଆନ୍ତି । ସାଧାରଣ ଗୃହୀ ସାଧକମାନେ ଜପମାଳା ଧରି ଏହି ସମୟରେ ଜପାଦି କର୍ମ କରିଥାନ୍ତି । [୧] ଶ୍ରାବଣ ମାସରେ ଶାଗ, ଭାଦ୍ରବ ମାସରେ ଦହି, ଆଶ୍ୱିନ ମାସରେ ଦୁଧ ଏବଂ କାର୍ତ୍ତିକ ମାସରେ ଡାଲି ତ୍ୟାଗ କରାଯାଏ । [୨]

ଆଧାର[ସମ୍ପାଦନା]

  1. ସମାଜ, ୨୭ ଜୁଲାଇ ୨୦୧୦, ପୃଷ୍ଠା: ୨
  2. "Significance of Caturmasya". purimaharaj.com. 2011. http://www.purimaharaj.com/caturmaysa.html. Retrieved 24 July 2013. "The four vratas in Chaturmasya"