ଚର୍ଚ୍ଚିକା ମନ୍ଦିର
ଚର୍ଚ୍ଚିକା ମନ୍ଦିର | |
---|---|
![]() | |
Religion | |
ସମ୍ବନ୍ଧତା | Hinduism |
Location | |
ଅବସ୍ଥିତି | ବାଙ୍କୀ |
ରାଜ୍ୟ | ଓଡ଼ିଶା |
ଦେଶ | ଭାରତ |
ଚର୍ଚ୍ଚିକା ମନ୍ଦିର କଟକ ଜିଲ୍ଲାର, ବାଙ୍କୀ ସହରରେ ଥିବା ଏକ ପ୍ରାଚୀନ ଶକ୍ତି ପୀଠ । ଏହି ଶକ୍ତିପୀଠଟି ରେଣୁକା ନଦୀ କୂଳରେ ଥିବା ଋଚିକ ପର୍ବତରେ ଅବସ୍ଥିତ ।[୨] ଏହାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି "ମା" ଚର୍ଚ୍ଚିକା ଠାକୁରାଣୀ । ଚର୍ଚ୍ଚିକାଙ୍କ ମୂର୍ତ୍ତିଟି ପର୍ଶୁରାମଙ୍କଦ୍ୱାରା ତିଆରି କରାଯାଇଥିବା ବିଶ୍ୱାସ କରାଯାଏ । [୩]
ମହାନଦୀ କୂଳରେ ଅଷ୍ଟଭୁଜା ଚାମୁଣ୍ଡା ରୂପରେ ପୂଜା ପାଉଛନ୍ତି ମା’ ଚର୍ଚ୍ଚିକା I ଅଷ୍ଟଭୁଜରେ ମା’ ଧାରଣ କରିଛନ୍ତି ଖଡ୍ଗ, ତ୍ରିଶୂଳ, ସର୍ପ, ଅଙ୍କୁଶ, ଅକ୍ଷମାଳ, ଛିନ୍ନମସ୍ତକ ଓ ଡମ୍ବରୁ I ପୁଣି ଗୋଟିଏ ହାତର କନିଷ୍ଠ ଅଙ୍ଗୁଳିକୁ କାମୁଡ଼ି ଧରିଛନ୍ତି ଦନ୍ତରେ I ତାଙ୍କ ଗ୍ରୀବାରେ ନରମୁଣ୍ଡ ମାଳା ପଡ଼ିଥିବାରୁ ଏବଂ ସେ ଉଲଂଗୀ ହୋଇ ଶବ ଉପରେ ଉପବିଷ୍ଟ ହୋଇଥିବାରୁ ତାଙ୍କୁ ଚାମୁଣ୍ଡା ଭାବେ ଗ୍ରହଣ କରାଯାଇଛି I ମା’ ଚର୍ଚ୍ଚିକାଙ୍କ ପୀଠରେ ମହାଷ୍ଟମୀ ଓ ମହା ନବମୀରେ ବଳି ପରମ୍ପରା ପ୍ରଚଳିତ I ମନ୍ଦିର ବେଢାରେ ପୂଜା ପାଉଥିବା ମା’ ମଙ୍ଗଳାଙ୍କ ନିକଟରେ ପଶୁବଳି ଦିଆଯିବା ପରେ ବଳିପଶୁର କଟାମୁଣ୍ଡ ଓ ରକ୍ତକୁ କିଛି ମାଟି ପାତ୍ରରେ ସଂଗ୍ରହ କରି ଚର୍ଚ୍ଚିକାଙ୍କୁ ଅର୍ପଣ କରାଯାଏ I ରାଜଗୁରୁମାନେ ଏଠାରେ ଶାରଦୀୟ ଷୋଳପୂଜା ସମ୍ପାଦନ କରିଥାନ୍ତି I ଏଠାରେ ଠାକୁରାଣୀଙ୍କ ଗମ୍ଭୀରା ଭିତରକୁ ସର୍ବସାଧାରଣ ପ୍ରବେଶ ସଂପୂର୍ଣ୍ଣ ମନା I କେବଳ ପୁରୀର ଗଜପତି ମହାରାଜା, ବାଙ୍କୀ ରାଜା ଏବଂ ମନ୍ଦିର ସହ ସଂପୃକ୍ତ ସେବାୟତମାନେ ଗମ୍ଭୀରା ଭିତରକୁ ଯାଇଥାନ୍ତି I
ଦେବୀ ଚର୍ଚ୍ଚିକାଙ୍କ ପାଖରେ ବର୍ଷର ତିନି ମାସ କାର୍ତ୍ତିକ, ମାଘ ଓ ବୈଶାଖରେ ଆମିଷ ଭୋଗ ନିଷିଦ୍ଧ । ଅନ୍ୟ ମାସ ଗୁଡିକରେ କେବଳ ଗୁରୁବାର ଛାଡ଼ି ଅନ୍ୟ ଦିନ ଗୁଡ଼ିକରେ ଆମିଷ ଭୋଗ ହୋଇଥାଏ । କିନ୍ତୁ ଶାରଦୀୟ ପୂଜାରେ ମୂଳାଷଷ୍ଠୀଠାରୁ ଷୋଳ ପୂଜା ମଧ୍ୟରେ ପ୍ରତ୍ୟେକ ଦିନ ଆମିଷ ଭୋଗ ହେବାର ବିଧି ବ୍ୟବସ୍ଥା ରହିଛି । [୪]
ଛବି[ସମ୍ପାଦନା]
ଆଧାର[ସମ୍ପାଦନା]
- ↑ "Orissa Tourism - Charchika Temple,Maa Charchika,Temples of Orissa | tourism.oriyaonline.com". tourism.oriyaonline.com. 2012. Retrieved 12 October 2012.
Kumarpurnima a Hindu festival celebrated 5 days after Dusshera is very famous here
- ↑ "Info: Maa Charchika temple on Fullodia.com". fullodia.com. 2012. Retrieved 12 October 2012.
charchika temple is situated on Ruchika hills on the banks of the Renuka river
- ↑ "ORISSA TV | Premier News Channel of Orissa". odishatv.in. 2012. Retrieved 12 October 2012.
It is believed that the Charchika devi idol was created by Parsuram.
- ↑ ଖବର, ୧୦ ଅକ୍ଟୋବର ୨୦୧୨, ପୃଷ୍ଠା: ୪
ଅଧିକ ତଥ୍ୟ[ସମ୍ପାଦନା]
![]() | ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |