ଚିନ୍ତାମଣି ଜେନା (ରାଜନୀତିଜ୍ଞ, ଜନ୍ମ ୧୯୪୦)

ଉଇକିପିଡ଼ିଆ‌ରୁ
ଚିନ୍ତାମଣି ଜେନା
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀଉତ୍ସବ ଚରଣ ଜେନା
ପର ଅଧିକାରୀଶୈଳେନ ମହାପାତ୍ର
ନିର୍ବାଚନ ମଣ୍ଡଳୀଶିମୂଳିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1940-10-15)୧୫ ଅକ୍ଟୋବର ୧୯୪୦
ମୃତ୍ୟୁ୧ ଜୁଲାଇ ୨୦୨୦(2020-07-01) (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଜୀବନ ସାଥୀରମାମଣୀ ଜେନା
ବାପା/ବୋଉଚରିଃ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ଚିନ୍ତାମଣି ଜେନା (୧୫ ଅକ୍ଟୋବର ୧୯୪୦ - ୧ ଜୁଲାଇ ୨୦୨୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଚିନ୍ତାମଣି ଜେନା ୧୯୪୦ ମସିହାର ଅକ୍ଟୋବର ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚରିଃ ଜେନା ଓ ପତ୍ନୀଙ୍କ ନାମ ରମାମଣୀ ଜେନା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଚିନ୍ତାମଣି ଜେନା ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଚିନ୍ତାମଣି ଜେନା ୨୦୨୦ ମସିହାର ଜୁଲାଇ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Chintamani Jena". odishaassembly.nic.in. Odisha Assembly. Retrieved 6 October 2022.