Jump to content

ଚୈତ୍ର ପୂର୍ଣ୍ଣିମା

ଉଇକିପିଡ଼ିଆ‌ରୁ
ଚୈତ୍ର ପୂର୍ଣ୍ଣିମା
ଅନ୍ୟ ନାମଚଇତ ପୁନେଇଁ
ପ୍ରକାରଧାର୍ମିକ
ତାରିଖଚୈତ୍ର ପୂର୍ଣ୍ଣିମା
୨୦୨୬ ତାରିଖdate missing (please add)
ସମ୍ପର୍କିତମାଆ ତାରିଣୀ ଚଇତି ମେଳା,ଘୋଡ଼ା ନାଚ

ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା ।[] ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।

  1. ପ୍ରହରାଜ, ଗୋପାଳ (1932). ପୂର୍ଣ୍ଣଚନ୍ଦ୍ର ଭାଷାକୋଷ (PDF). କଟକ: ବିଶ୍ୱନାଥ କର.