ଜୟନ୍ତ କୁମାର ଷଡ଼ଙ୍ଗୀ
ଜୟନ୍ତ କୁମାର ଷଡ଼ଙ୍ଗୀ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ୨୦୨୪ | |
ପୂର୍ବ ଅଧିକାରୀ | ମହେଶ୍ୱର ମହାନ୍ତି |
ପର ଅଧିକାରୀ | ସୁନିଲ କୁମାର ମହାନ୍ତି |
ନିର୍ବାଚନ ମଣ୍ଡଳୀ | ପୁରୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୪ ନଭେମ୍ବର ୧୯୬୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଅରୁନ୍ଧତୀ ମିଶ୍ର |
ବାପା/ବୋଉ | ରାମ ଶଙ୍କର ଷଡ଼ଙ୍ଗୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜୟନ୍ତ କୁମାର ଷଡ଼ଙ୍ଗୀ (ଜନ୍ମ: ୧୪ ନଭେମ୍ବର ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଜୟନ୍ତ କୁମାର ଷଡ଼ଙ୍ଗୀ ୧୯୬୪ ମସିହାର ନଭେମ୍ବର ମାସ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାମ ଶଙ୍କର ଷଡ଼ଙ୍ଗୀ ଓ ପତ୍ନୀଙ୍କ ନାମ ଅରୁନ୍ଧତୀ ମିଶ୍ର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଜୟନ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ପୁରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୪,୭୦୯ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ସୁନିଲ କୁମାର ମହାନ୍ତିଙ୍କ ଠାରୁ ୫,୧୭୮ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Jayanta Kumar Sarangi". odishaassembly.nic.in. Odisha Assembly. Retrieved 9 March 2021.
- ↑ "General Election to Assembly Constituencies 2024: Puri (Odisha)". Election Commission of India. Retrieved 3 July 2024.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Jayanta Kumar Sarangi-ସମ୍ପର୍କିତ ମିଡ଼ିଆ