ଡାଳିକିଆ ବେଶ
ଦେଖଣା

ପଞ୍ଚକର ତୃତୀୟ ଦିବସ ଅର୍ଥାତ କାର୍ତ୍ତିକମାସ ଶୁକ୍ଳପକ୍ଷ [ତ୍ରୟୋଦଶୀ]] ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ତ୍ରିବିକ୍ରମ ବେଶରେ ସଜ୍ଜିତ କରାଯାଇଥାଏ | କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ ଅଟେ। ପଞ୍ଚସଖାବାଦୀ ତଥା ଅତିବଡୀ ସମ୍ପ୍ରଦାୟର ବହୁ ସଂଖ୍ୟକ ଶିଷ୍ୟ -ଭକ୍ତ ତଥା ମହନ୍ତମାନେ ଏହି ମନୋରମ ବେଶ ଦର୍ଶନକରି ନିଜକୁ ସୌଭାଗ୍ୟ ମଣିଥାନ୍ତି ।[୧]
ବେଶ
[ସମ୍ପାଦନା]ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ସେବାୟତମାନେ ରତ୍ନଭାଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁମାନଙ୍କୁ ସଜାଇଥାନ୍ତି । ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ । ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ । ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୁପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ । [୨]