ତଅପୋଇ
ତଅପୋଇ ଏକ ଲୋକକଥାର ଚରିତ୍ର ।
କିମ୍ବଦନ୍ତୀ
[ସମ୍ପାଦନା]ଆଗକାଳରେ ଓଡ଼ିଆ ସାଧବ ପୁଅମାନେ ବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହି ସମୟରେ ସାତଜଣ ସାଧବ ଭାଇ ଦୂରଦେଶକୁ ବଣିଜ କରିବାକୁ ଯାଇଥିଲା ବେଳେ ଘରେ ତାଙ୍କର ଘରଣୀ ଓ ଏକମାତ୍ର ସାନ ଭଉଣୀ ତଅପୋଇ ରହିଥିଲା । କେବଳ ସାନ ଭାଉଜଙ୍କୁ ଛାଡ଼ି ତଅପୋଇର ବାକି ସବୁ ଭାଉଜ ତାହାଙ୍କ ଉପରେ ଅନାଚାର କରୁଥିଲେ । ଅଲିଅଳରେ ବଢ଼ିଥିବା ତଅପୋଇକୁ ଘରକାମରେ, ଛେଳି ଚରେଇବା ପାଇଁ ପଠାଉଥିଲେ । ଭାଇମାନେ ଦୂରରେ ଥିବାରୁ ତଅପୋଇ ଏସବୁ କଥା ଆଉ କାହା ପାଖରେ କହିପାରୁନଥିଲା । ଏପରିକି ଭାତ ବଦଳରେ ଖୁଦ ଖାଇବାକୁ ଦେଉଥିଲେ । କେବଳ ତାହାଙ୍କର ସାନଭାଉଜ ତାହାଙ୍କୁ ଲୁଚାଇ ଲୁଚାଇ ଖାଇବାକୁ ଦେଉଥିଲେ ଓ ସ୍ନେହ କରୁଥିଲେ । ଅନେକ ଦିନ ଅନ୍ତେ ଭାଇମାନେ ବିଦେଶରୁ ଫେରିବାରେ ଡେରି ହେବାରୁ ତଅପୋଇ ନଦୀ ବାଲିରେ ଉପରେ ମାଟିରେ ମୂର୍ତ୍ତି ଗଢ଼ି ଖୁଦୁରୁକୁଣି ଓଷା କରି ଭାଇମାନଙ୍କ ମଙ୍ଗଳ ମନାସି ସହଳ ଘରକୁ ଫେରାଇ ଆଣିବା ନିମନ୍ତେ ଠାକୁରାଣୀଙ୍କ ପାଖରେ ତାହାଙ୍କୁ ମିଳିଥିବା ଖୁଦ ଭୋଗ ଭାବରେ ଦେଇ ପ୍ରାର୍ଥନା କରିଥିଲା । ତାହାଙ୍କର ଡାକ ଶୁଣିପାରି ମା ମଙ୍ଗଳା (ଖୁଦୁରୁକୁଣି) ଭାଇମାନଙ୍କୁ ଘରକୁ ଲେଉଟାଇବା ପାଇଁ ପବନର ଗତି ବଦଲାଇ ଦେଇଥିଲେ । ଭାଇମାନଙ୍କୁ ବନ୍ଦାପନା କରିବା ନିମନ୍ତେ ସବୁ ଭାଉଜ ଯାଇଥିବା ବେଳେ ତଅପୋଇକୁ ଭାଉଜମାନେ ଘରକୋଣରେ ବାନ୍ଧି ଦେଇଥିଲେ । ତେବେ ତଅପୋଇ ନ ଆସିଲେ ଆମ୍ଭେ ବୋଇତରୁ ଓହ୍ଲାଇବୁ ନାହିଁ ବୋଲି ଭାଇମାନେ ଜିଦ ଧରି ବସିବାରୁ ସାନଭାଉଜ ସବୁ ଗୋପନ କଥା ଭାଇମାନଙ୍କ ଆଗରେ ଫିଟାଇ କହିଲେ । ଦଣ୍ଡ ସ୍ୱରୁପ କେବଳ ସାନ ଭାଉଜଙ୍କୁ ଛାଡ଼ି ସାତ ସାଧବ ବାକି ସମସ୍ତଙ୍କର ନାକ କଟାଇ ଥିଲେ । ଓଡ଼ିଆ ଚଳଣିର ଏହି ଲୋକକଥାକୁ ନେଇ କୁଆଁରୀ ଝିଅମାନେ ଭାଇମାନଙ୍କ ଶୁଭ ମନାସି ଭୋଦୁଅଁ (ଭାଦ୍ରବ) ମାସରେ ଭାଲୁକୁଣି ଓଷା ବା ଖୁଦୁରୁକୁଣି ଓଷା କରିଥାନ୍ତି ।[୧]