Jump to content

ତରଳ ଝାଡ଼ା

ଉଇକିପିଡ଼ିଆ‌ରୁ
ତରଳ ଝାଡ଼ା
An electron micrograph of rotavirus, the cause of nearly 40% of hospitalizations from diarrhea in children under five.[]
ICD-10A09., K59.1
ICD-9787.91
DiseasesDB3742
MedlinePlus003126
eMedicineped/583
MeSHD003967

ତରଳ ଝାଡ଼ା (ଇଂରାଜୀରେ Diarrhea କିମ୍ବା diarrhoea) ରୋଗର ସଂଜ୍ଞା ଅନୁସାରେ ପ୍ରତ୍ୟେକ ଦିନ ଅତି କମ୍‌ରେ ତିନି ଥର ତରଳ ଝାଡ଼ା ହେବା ଆବଶ୍ୟକ । ଏହା ସାଧାରଣତଃ କିଛି ଦିନ ନିମନ୍ତେ ରହିପାରେ, ଫଳରେ ଦେହର ଜଳୀୟ ଅଂଶ ହ୍ରାସ (ନିର୍ଜଳନ) ହୁଏ । ଚର୍ମର ଇଲାସ୍ଟିସିଟି କମିଯିବା ଓ ରୋଗିର ବ୍ୟକ୍ତିତ୍ୱ ପରିବର୍ତ୍ତନ ହେଉଛି ନିର୍ଜଳନର ଚିହ୍ନ । ପରିସ୍ରା ପରିମାଣ କମିଯାଏ, ଚର୍ମ ଶେତା ଦେଖାଯାଏ, ନାଡ଼ି ଦୃତ ହୁଏ ଓ ଗମ୍ଭୀର ଅବସ୍ଥା ହେଲେ ଚେତନ ଅବସ୍ଥା କମେ ତ‌ଥା ସମ୍ବେଦନହୀନ ହୁଏ । ପାଣିଆ ଝାଡ଼ା ସ୍ତନ୍ୟପାନ କରୁଥିବା ପିଲାଙ୍କର ଝାଡ଼ା ପତଳା ହେଲେ ମଧ୍ୟ ତାହା ସାଧାରଣ । []

ଭୁତାଣୁ, ଜୀବାଣୁ, ପରଜୀବୀ କିମ୍ବା ଗାସ୍ଟ୍ରୋଏଣ୍ଟେରାଇଟିସ ରୋଗ ଯୋଗୁ ଅନ୍ତନଳୀରେ ପ୍ରଦାହ ସୃଷ୍ଟି ହୋଇ ତରଳ ଝାଡ଼ା ହୁଏ । ମଳ ଅପମିଶ୍ରିତ ଖାଦ୍ୟ ବା ଜଳ ଗ୍ରହଣ କଲେ ଏହି ସଂକ୍ରମଣ ହୁଏ । ଏହି ରୋଗକୁ ତିନି ଭାଗରେ ବିଭକ୍ତ କରାଯାଏ ଯଥା ସ୍ୱଳ୍ପକାଳୀନ ଜଳୀୟ ଝାଡ଼ା, ସ୍ୱଳ୍ପ କାଳୀନ ରକ୍ତ ମିଶ୍ରିତ ପତଳା ଝାଡ଼ା ଓ ଦୁଇ ସପ୍ତାହରୁ ଅଧିକ ହେଲେ ଲଗାଏତ ଝାଡ଼ା । ସ୍ୱଳ୍ପ କାଳୀନ ଜଳୀୟ ଝାଡ଼ା କଲେରା ଯୋଗୁ ହୋଇପାରେ । ଝାଡ଼ାରେ ରକ୍ତ ପଡ଼ିଲେ ଡିସେଣ୍ଟେରି କୁହାଯାଏ । [] ସଂକ୍ରମଣ-ବିହୀନ କାରଣ ମଧ୍ୟରେ ହାଇପରଥାଇର‌ଡିଜ୍ମ, ଲାକ୍ଟୋଜ ଇନ୍‌ଟୋଲେରାନ୍ସ, ଇନଫ୍ଲାମେଟରି ବାୱେଲ ଡିଜିଜ, ଇରିଟେବ୍ଲ ବାୱେଲ ସିଣ୍ଡ୍ରୋମ ଓ କେତେକ ଔଷଧ ଉଲ୍ଲେଖ‌ଯୋଗ୍ୟ । [] ନିର୍ଦ୍ଦିଷ୍ଟ କାରଣ ଜାଣିବା ନିମନ୍ତେ ଝାଡ଼ା କଲଚର ଆବଶ୍ୟକ ନୁହେଁ । []

ଉନ୍ନତ ପରିମଳ ବ୍ୟବସ୍ଥା, ବିଷୁଦ୍ଧ ପାନୀୟ ଜଳହସ୍ତ ପ୍ରକ୍ଷାଳନ ସାହାଯ୍ୟରେ ସଂକ୍ରମଣକ୍ଷମ ତରଳ ଝାଡ଼ା ପ୍ରତିଷେଧ କରାଯାଏ । ଶିଶୁମାନଙ୍କୁ ୬ ମାସ ପର୍ଯ୍ୟନ୍ତ ସ୍ତନ୍ୟପାନ କରେଇବା ଓ ରୋଟା ଭୁତାଣୁ ଟିକା ଦେବା ଆବଶ୍ୟକ । ପାଟିବାଟେ ପୁନଃଜଳ‌ଯୋଜନ ଦ୍ରବଣ (Oral rehydration solution ବା ORS), ଅର୍ଥାତ ପରିଷ୍କାର ଜଳରେ କିଛି ଲୁଣ ଓ ଚିନି ବା ଗ୍ଲୁକୋଜ ମିଶେଇ ପିଇବାକୁ ଦେବା ପସନ୍ଦ ଯୋଗ୍ୟ ଉତ୍ତମ ଚିକିତ୍ସା । ଜିନ୍କ ଥିବା ବଟିକା ବା ଖାଦ୍ୟ (Zinc tablets) ଖାଇବାକୁ ପରାମର୍ଶ ଦିଆଯାଏ । [] ବିଗତ ୨୫ ବର୍ଷ ମଧ୍ୟରେ ଏହି ଚିକିତ୍ସାଦ୍ୱାରା ୫୦ ନିୟୁତ ପିଲାଙ୍କୁ ବଞ୍ଚେଇ ଦିଆଯାଇପାରିଛି ।[] ରୋଗ ସମୟରେ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଖାଇବାକୁ ଓ ପିଲାଙ୍କୁ ସ୍ତନ୍ୟପାନ କରେଇବାକୁ ଉପଦେଶ ଦିଆଯାଏ । [] ବ୍ୟବସାୟିକ ଓ ଆର ଏସ ନ ମିଳିଲେ ଘରୋଇ ଦ୍ରବଣ କରି ବ୍ୟବ‌ହାର କରିବା କଷ୍ଟକର ନୁହେଁ । [] ସାଂଘାତିକ ନିର୍ଜଳନ ବା ଡିହାଇଡ୍ରେସନ ଥିଲେ ଶିରାମାଧ୍ୟମ ତରଳପଦାର୍ଥ ଦରକାର ହୁଏ । [] ଅଧିକାଂଶ କେଶରେ ପାଟିରେ ଏହି ତରଲ ପଦାର୍ଥ ଦେଇ ଚିକିତ୍ସା କରିହେବ । [] ଆଣ୍ଟିବାୟୋଟିକ କ୍ୱଚିତ ଦରକାର ହୁଏ, ବିଶେଷତଃ ଝାଡ଼ାରେ ରକ୍ତ ପଡ଼ିଲେ, ଉଚ୍ଚମାତ୍ରା ଜ୍ୱର ଥିଲେ, ପରିଭ୍ରମଣ ବେଳେ ଝାଡ଼ା ହେଲେ ବା କେତେକ ନିର୍ଦ୍ଦିଷ୍ଟ ଜୀବାଣୁ ଓ ପରଜୀବୀ ମଳ ପରୀକ୍ଷାରେ ବାହାରିଲେ । [] ଲୋପେରାମାଇଡ ଔଷଧ ଦେଲେ ଝାଡ଼ା ଯିବା ସଂଖ୍ୟା କମିଯାଏ, କିନ୍ତୁ ଏହା ଗମ୍ଭୀର ରୋଗରେ ଦେବାକୁ ଉପଦେଶ ଦିଆଯାଏ ନାହିଁ । []

ବାର୍ଷିକ ୧.୭ରୁ ୫ ବିଲିଅନ ତରଳ ଝାଡ଼ା ରୋଗ ହୁଏ ।[][] ବିକାଶଶୀଳ ଦେଶମାନଙ୍କରେ ଏ ରୋଗ ଅତି ସାଧାରଣ ଯେଉଁଠି ପିଲାମାନଙ୍କୁ ପ୍ରତି ବର୍ଷ ପ୍ରାୟ ୩ ଥର ଏହି ରୋଗ ହୁଏ । [] ସନ ୨୦୧୨ରେ ପୃଥିବୀରେ ୫ ବର୍ଷ ବୟସରୁ କମ ପିଲାଙ୍କ ମୃତ୍ୟୁ ସଂଖ୍ୟାରେ (deaths in children) ଏହା ୨ୟ ସ୍ଥାନ (0.୭୬ ନିୟୁତ ବା ୧୧%) ଅଧିକାର କରିଥିଲା । [][] ବାରମ୍ବାର ତରଳ ଝାଡ଼ା ହେଲେ ଅପ‌ପୁଷ୍ଟି ବା ମାଲନୟୁଟ୍ରିସନ ହୁଏ ଓ ଏହା ୫ ବର୍ଷ ବୟସରୁ କମ୍ ପିଲାଙ୍କ କ୍ଷେତ୍ରରେ ଅତି ସାଧାରଣ କାରଣ । [] ଶାରୀରିକ ଓ ବୌଦ୍ଧିକ ବିକାଶ ବାଧାପ୍ରାପ୍ତ ହେବା ସମ୍ଭାବନା ଥାଏ ।[]

  1. 1 2 "whqlibdoc.who.int" (PDF). World Health Organization. Archived from the original (PDF) on 2010-11-08. Retrieved 2015-03-25.
  2. 1 2 3 4 5 6 7 8 9 "Diarrhoeal disease Fact sheet N°330". World Health Organization. April 2013. Retrieved 18 June 2014.
  3. 1 2 Doyle, edited by BasemAbdelmalak, D. John (2013). Anesthesia for otolaryngologicsurgery. Cambridge: Cambridge University Press. pp. 282–287. ISBN 1107018676. {{cite book}}: |first1= has generic name (help)CS1 maint: multiple names: authors list (link)
  4. 1 2 3 DuPont, HL (Apr 17, 2014). "Acute infectious diarrhea in immunocompetent adults". The New England journal of medicine. 370 (16): 1532–40. doi:10.1056/nejmra1301069. PMID 24738670.
  5. Prober, edited by Sarah Long, Larry Pickering, Charles G. (2012). Principles and practice of pediatric infectious diseases (4th ed.). Edinburgh: Elsevier Saunders. p. 96. ISBN 9781455739851. {{cite book}}: |first1= has generic name (help)CS1 maint: multiple names: authors list (link)
  6. ACEP. "Nation's Emergency Physicians Announce List of Test and Procedures to Question as Part of Choosing Wisely Campaign". Choosing Wisely. Retrieved 18 June 2014.
  7. 1 2 "Global Diarrhea Burden". CDC. January 24, 2013. Retrieved 18 June 2014.