Jump to content

ଦାଶରଥୀ ଗମାଙ୍ଗ

ଉଇକିପିଡ଼ିଆ‌ରୁ
ଦାଶରଥୀ ଗମାଙ୍ଗ
ବିଧାୟକ: ୧୬ଶ, ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀବାସନ୍ତୀ ମଲ୍ଲିକ
ନିର୍ବାଚନ ମଣ୍ଡଳୀମୋହନା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1971-03-02) ୨ ମାର୍ଚ୍ଚ ୧୯୭୧ (ବୟସ ୫୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରତ୍ନମାଳା ଗମାଙ୍ଗ
ବାପା/ବୋଉକାର୍ତ୍ତିକ ଗମାଙ୍ଗ (ବାପା)
ବୃତ୍ତିରାଜନୀତିଜ୍ଞ

ଦାଶରଥୀ ଗମାଙ୍ଗ (ଜନ୍ମ: ୨ ମାର୍ଚ୍ଚ ୧୯୭୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ଦାଶରଥୀ ଗମାଙ୍ଗ ୧୯୭୧ ମସିହାର ମାର୍ଚ୍ଚ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାର୍ତ୍ତିକ ଗମାଙ୍ଗ ଓ ପତ୍ନୀଙ୍କ ନାମ ରତ୍ନମାଳା ଗମାଙ୍ଗ।[୧]

ରାଜନୈତିକ ଜୀବନ

[ସମ୍ପାଦନା]

ଦାଶରଥୀ ଗମାଙ୍ଗ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ କଂଗ୍ରେସର ପ୍ରାର୍ଥୀ ଭାବରେ ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୨,୧୧୭ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ପ୍ରଶାନ୍ତ କୁମାର ମଲ୍ଲିକଙ୍କୁ ୪,୦୫୯ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]

  1. ୧.୦ ୧.୧ "Shri Dasarathi Gomango". odishaassembly.nic.in. Odisha Assembly. Retrieved 30 June 2022.
  2. "General Election to Mohana (Odisha)". Election Commission of India. Retrieved 11 June 2024.

ବାହାର ଆଧାର

[ସମ୍ପାଦନା]
  • ଉଇକିମିଡ଼ିଆ କମନ୍ସରେ Dasarathi Gomango-ସମ୍ପର୍କିତ ମିଡ଼ିଆ