ଦିବାକର ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
ଦିବାକର ପଟ୍ଟନାୟକ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପର ଅଧିକାରୀସଚ୍ଚିଦାନନ୍ଦ ଦେଓ
ନିର୍ବାଚନ ମଣ୍ଡଳୀଚିକିଟି
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୭
ନିର୍ବାଚନ ମଣ୍ଡଳୀପାତ୍ରପୁର
ବିଧାୟକ: ସ୍ୱାଧୀନତା ପୂର୍ବର ପ୍ରଥମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀବ୍ରହ୍ମପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1899-10-07)୭ ଅକ୍ଟୋବର ୧୮୯୯
ମୃତ୍ୟୁ୧ ମାର୍ଚ୍ଚ ୧୯୭୬(1976-03-01) (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଫରଓ୍ୱାର୍ଡ ବ୍ଲକ
ବାପା/ବୋଉମଦନ ମୋହନ ଦିୱାନ ବକ୍ସି ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଦିବାକର ପଟ୍ଟନାୟକ (୭ ଅକ୍ଟୋବର ୧୮୯୯ - ୧ ମାର୍ଚ୍ଚ ୧୯୭୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସ୍ୱାଧୀନତା ପରେ ୧୯୫୨ ଓ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାତ୍ରପୁର ଓ ଚିକିଟି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଦିବାକର ପଟ୍ଟନାୟକ ୧୮୯୯ ମସିହାର ଅକ୍ଟୋବର ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଦନ ମୋହନ ଦିୱାନ ବକ୍ସି ପଟ୍ଟନାୟକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦିବାକର ଓଡ଼ିଶା ରାଜନୀତିରେ ପ୍ରଥମେ ଫରଓ୍ୱାର୍ଡ ବ୍ଲକର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ[୨] ଏବଂ ସ୍ୱାଧୀନତା ପରେ ଦୁଇଥର କାର୍ଯ୍ୟ କରିଥିଲେ ।[୧] ସେ ପ୍ରଜା ସମାଜବାଦୀ ପାର୍ଟିର କର୍ମୀ ଭାବରେ ଭାରତୀୟ ସଂସଦର ଉପର ସଦନ ରାଜ୍ୟ ସଭାକୁ ୧୯୫୮ ମସିହାରେ ନିର୍ବାଚିତ ହୋଇଥିଲେ ।[୩][୪][୫]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୩୭ ୧୯୪୬ ସଭ୍ୟ, ସ୍ୱାଧୀନତା ପୂର୍ବରୁ ୧ମ ଓଡ଼ିଶା ବିଧାନ ସଭା ବ୍ରହ୍ମପୁର କଂଗ୍ରେସ
୧୯୫୨ ୧୯୬୭ ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା ପାତ୍ରପୁର ଫରଓ୍ୱାର୍ଡ ବ୍ଲକ
୧୯୬୭ ୧୯୬୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ଚିକିଟି ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ[ସମ୍ପାଦନା]

ଦିବାକର ୧୯୭୬ ମସିହାର ମାର୍ଚ୍ଚ ୧ ତାରିଖରେ ୭୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Dibakar Patnaik". odishaassembly.nic.in. Odisha Assembly. Retrieved 8 February 2021.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  3. "RAJYA SABHA MEMBERS BIOGRAPHICAL SKETCHES 1952 - 2003" (PDF). Rajya Sabha. Retrieved 19 September 2020.
  4. India. Parliament. Rajya Sabha (1976). Parliamentary Debates: Official Report. Council of States Secretariat. p. 1. Retrieved 19 September 2020.
  5. Sir Stanley Reed (1956). The Times of India Directory and Year Book Including Who's who. Times of India Press. p. 880. Retrieved 19 September 2020.