Jump to content

ଦୁଷ୍ମନ୍ତ କୁମାର ସ୍ୱାଇଁ

ଉଇକିପିଡ଼ିଆ‌ରୁ
ଦୁଷ୍ମନ୍ତ କୁମାର ସ୍ୱାଇଁ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀସୌମ୍ୟ ରଞ୍ଜନ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଖଣ୍ଡପଡ଼ା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ବୃତ୍ତିରାଜନୀତିଜ୍ଞ

ଦୁଷ୍ମନ୍ତ କୁମାର ସ୍ୱାଇଁ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୫,୫୫୭ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ସାବିତ୍ରୀ ପ୍ରଧାନଙ୍କୁ ୭,୩୪୩ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଆଧାର[ସମ୍ପାଦନା]

  1. "General Election to Assembly Constituencies 2024: Khandapada (Odisha)". Election Commission of India. Retrieved 27 June 2024.