ଦେବାଶିଷ ନାୟକ

ଉଇକିପିଡ଼ିଆ‌ରୁ
ଦେବାଶିଷ ନାୟକ
ବିଧାୟକ: ୧୨ଶ, ୧୩ଶ, ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୧୯
ପୂର୍ବ ଅଧିକାରୀଚିନ୍ମୟ ପ୍ରସାଦ ବେହୁରା
ପର ଅଧିକାରୀସୁନନ୍ଦା ଦାସ
ନିର୍ବାଚନ ମଣ୍ଡଳୀବରୀ-ଡେରାବିଶ, ବରୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1960-06-20) ୨୦ ଜୁନ ୧୯୬୦ (ବୟସ ୬୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସୁଜାତା ନାୟକ
ବାପା/ବୋଉଚିତ୍ତରଞ୍ଜନ ନାୟକ (ବାପା)‌
ବୃତ୍ତିରାଜନୀତିଜ୍ଞ

ଦେବାଶିଷ ନାୟକ (ଜନ୍ମ: ୨୦ ଜୁନ ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଦେବାଶିଷ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଛନ୍ତି । ୨୦୦୦ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ଏହାପରେ ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର ଓ ଶିକ୍ଷା[ସମ୍ପାଦନା]

ଦେବାଶିଷ ନାୟକ ୧୯୬୦ ମସିହାର ଜୁନ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଚିତ୍ତରଞ୍ଜନ ନାୟକ ଓ ପତ୍ନୀଙ୍କ ନାମ ସୁଜାତା ନାୟକ ।[୧] ଦେବାଶିଷଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦେବାଶିଷ ନାୟକ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ବରୀ-ଡେରାବିଶ ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ବରୀ-ଡେରାବିଶ ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ବରୀ ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ବରୀ ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Debasis Nayak". odishaassembly.nic.in. Odisha Assembly. Retrieved 14 December 2019.