ଦେବାଶିଷ ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
ଦେବାଶିଷ ପଟ୍ଟନାୟକ
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀପ୍ରଭାତ କୁମାର ତ୍ରିପାଠୀ
ପର ଅଧିକାରୀପ୍ରଭାତ କୁମାର ତ୍ରିପାଠୀ
ନିର୍ବାଚନ ମଣ୍ଡଳୀବାଙ୍କୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1964-01-01) ୧ ଜାନୁଆରୀ ୧୯୬୪ (ବୟସ ୬୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉହରଧନ ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଦେବାଶିଷ ପଟ୍ଟନାୟକ (ଜନ୍ମ: ୧ ଜାନୁଆରୀ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ଦେବାଶିଷ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଙ୍କୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଦେବାଶିଷ ପଟ୍ଟନାୟକ ୧୯୬୪ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହରଧନ ପଟ୍ଟନାୟକ ।[୧] ଦେବାଶିଷଙ୍କର ଶିକ୍ଷାଗତ ଯୋଗ୍ୟତା ଏମ୍.ବି.ଏ. ଏବଂ ସେ ଗବେଷଣା କ୍ଷେତ୍ରରେ ମଧ୍ୟ ଡକ୍ଟରେଟ ଲାଭ କରିଛନ୍ତି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦେବାଶିଷ ପଟ୍ଟନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Debasis Pattnaik". odishaassembly.nic.in. Odisha Assembly. Retrieved 1 March 2020.