ଧନୁର୍ଜୟ ସିଦୁ
ଧନୁର୍ଜୟ ସିଦୁ | |
---|---|
![]() | |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ସହରାଇ ଓରାମ |
ପର ଅଧିକାରୀ | ଜିତୁ ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | ଚମ୍ପୁଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ମାର୍ଚ୍ଚ ୧୯୬୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସରସ୍ୱତୀ ସିଦୁ |
ସନ୍ତାନ | ୧ ପୁଅ |
ବାପା/ବୋଉ | ଗୁରୁ ଚରଣ ସିଦୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଧନୁର୍ଜୟ ସିଦୁ (ଜନ୍ମ: ୦୨ ମାର୍ଚ୍ଚ ୧୯୬୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଧନୁର୍ଜୟ ସିଦୁ ୧୯୬୬ ମସିହାର ମାର୍ଚ୍ଚ ମାସ ୨ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଗୁରୁ ଚରଣ ସିଦୁ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ । ତାଙ୍କ ପତ୍ନୀଙ୍କ ନାମ ସରସ୍ୱତୀ ସିଦୁ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଧନୁର୍ଜୟ ସିଦୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।
୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଧନୁର୍ଜୟ ସିଦୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୮,୦୫୦ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଦୁର୍ଯ୍ୟୋଧନ ପିଙ୍ଗୁଆଙ୍କୁ ୯୨୯୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Dhanurjaya Sidu". odishaassembly.nic.in. Odisha Assembly. Retrieved 5 August 2019.
- ↑ ୨.୦ ୨.୧ "Orissa 2004". Election Commission of India (in Indian English). Retrieved 2019-06-27.