ଧର୍ମାନନ୍ଦ ବେହେରା
ଦେଖଣା
ଧର୍ମାନନ୍ଦ ବେହେରା | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ବିଧୁ ଭୂଷଣ ପ୍ରହରାଜ |
ପର ଅଧିକାରୀ | ପ୍ରଭାତ ରଞ୍ଜନ ବିଶ୍ୱାଳ |
ନିର୍ବାଚନ ମଣ୍ଡଳୀ | ଚୌଦ୍ୱାର-କଟକ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୯ ମଇ ୧୯୪୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ପାର୍ବତୀ ବେହେରା |
ବାପା/ବୋଉ | ରାଜ କିଶୋର ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଧର୍ମାନନ୍ଦ ବେହେରା (ଜନ୍ମ: ୧୯ ମଇ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ଧର୍ମାନନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚୌଦ୍ୱାର-କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଧର୍ମାନନ୍ଦ ବେହେରା ୧୯୪୯ ମସିହାର ମଇ ମାସ ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜ କିଶୋର ବେହେରା ଏବଂ ପତ୍ନୀଙ୍କ ନାମ ପାର୍ବତୀ ବେହେରା ।[୧] ଧର୍ମାନନ୍ଦଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଧର୍ମାନନ୍ଦ ବେହେରା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Dharmananda Behera". odishaassembly.nic.in. Odisha Assembly. Retrieved 10 February 2020.