Jump to content

ନଗେନ୍ଦ୍ର କୁମାର ପ୍ରଧାନ

ଉଇକିପିଡ଼ିଆ‌ରୁ
ନଗେନ୍ଦ୍ର କୁମାର ପ୍ରଧାନ
ସାଂସଦ: ୧୬ଶ ଲୋକ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀଅମରନାଥ ପ୍ରଧାନ
ପର ଅଧିକାରୀନୀତେଶ ଗଙ୍ଗଦେବ
ନିର୍ବାଚନ ମଣ୍ଡଳୀସମ୍ବଲପୁର
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀଅମରନାଥ ପ୍ରଧାନ
ପର ଅଧିକାରୀସଞ୍ଜୀବ କୁମାର ସାହୁ
ନିର୍ବାଚନ ମଣ୍ଡଳୀଆଠମଲ୍ଲିକ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୯୫
ପୂର୍ବ ଅଧିକାରୀଅମରନାଥ ପ୍ରଧାନ
ପର ଅଧିକାରୀଅମରନାଥ ପ୍ରଧାନ
ନିର୍ବାଚନ ମଣ୍ଡଳୀଆଠମଲ୍ଲିକ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1952-12-01) ୧ ଡିସେମ୍ବର ୧୯୫୨ (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀଶୋଭାମୟୀ ଦେହୁରୀ
ବାପା/ବୋଉପ୍ରଭାକର ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ନଗେନ୍ଦ୍ର କୁମାର ପ୍ରଧାନ (ଜନ୍ମ: ୧ ଡିସେମ୍ବର ୧୯୫୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ନଗେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର ଏବଂ ମନ୍ତ୍ରୀ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦, ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ୧୨ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୪ ମସିହାରେ ସେ ୧୬ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ନଗେନ୍ଦ୍ର କୁମାର ପ୍ରଧାନ ୧୯୫୨ ମସିହାର ଡିସେମ୍ବର ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରଭାକର ପ୍ରଧାନ ଓ ପତ୍ନୀଙ୍କ ନାମ ଶୋଭାମୟୀ ଦେହୁରୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ

[ସମ୍ପାଦନା]

ନଗେନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ଏବଂ ପୂର୍ବରୁ ସେ ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।[୧] ୨୦୧୪ ଭାରତୀୟ ସାଧାରଣ ନିର୍ବାଚନରେ ନଗେନ୍ଦ୍ର ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୬ ଲୋକ ସଭାକୁ ନିର୍ବଚିତ ହୋଇଥିଲେ ।[୨][୩]

୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୯,୧୧୩ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ଥିଲେ ଏବଂ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଠାରୁ ୫,୦୩,୦୪୯ ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ ।[୪]

  1. ୧.୦ ୧.୧ ୧.୨ "Shri Nagendra Kumar Pradhan". odishaassembly.nic.in. Odisha Assembly. Retrieved 9 July 2020.
  2. "Members : Lok Sabha - Pradhan, Shri Nagendra Kumar". loksabhaph.nic.in. Retrieved 9 July 2020.
  3. Team, DNA Web (23 May 2019). "Sambalpur Lok Sabha election results 2019 Odisha: BJP's Nitin Gangadev leading against BJD's Nalini Pradhan". DNA India (in ଇଂରାଜୀ). Retrieved 9 July 2020.
  4. "2024 Indian General Election Results: Sambalpur (Odisha)". Election Commission of India. Retrieved 5 July 2024.