ନାରାୟଣ ସାହୁ (୧୯୩୮ ଜନ୍ମ)
Appearance
ନାରାୟଣ ସାହୁ | |
---|---|
ବିଧାୟକ: ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୭ | |
ନିର୍ବାଚନ ମଣ୍ଡଳୀ | ପାଲଲହଡ଼ା |
ସାଂସଦ: ୭ମ ଲୋକ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୪ | |
ନିର୍ବାଚନ ମଣ୍ଡଳୀ | ଦେବଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩୧ ଜାନୁଆରୀ ୧୯୩୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଆର୍) |
ଜୀବନ ସାଥୀ | ଗୀତାଞ୍ଜଳି ସାହୁ |
ବାପା/ବୋଉ | ଚନ୍ଦ୍ରଶେଖର ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନାରାୟଣ ସାହୁ (ଜନ୍ମ: ୩୧ ମାର୍ଚ୍ଚ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ ଭାରତୀୟ ସାଧାରଣ ନିର୍ବାଚନରେ ସେ ଦେବଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ନାରାୟଣ ସାହୁ ୧୯୩୮ ମସିହାର ମାର୍ଚ୍ଚ ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚନ୍ଦ୍ରଶେଖର ସାହୁ ଓ ପତ୍ନୀଙ୍କ ନାମ ଗୀତାଞ୍ଜଳି ସାହୁ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ନାରାୟଣ ସାହୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ପାଲଲହଡ଼ା | କଂଗ୍ରେସ (ଆର୍) |
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ପାଲଲହଡ଼ା | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୭ମ ଲୋକ ସଭା | ଦେବଗଡ଼ | କଂଗ୍ରେସ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Narayan Sahu". odishaassembly.nic.in. Odisha Assembly. Retrieved 28 September 2022.