ନିର୍ଜଳା ଏକାଦଶୀ

ଉଇକିପିଡ଼ିଆ‌ରୁ
ନିର୍ଜଳା ଏକାଦଶୀ
ଅନ୍ୟ ନାମଭିମସେନୀ ଏକାଦଶୀ, ପାଣ୍ଡବ ଏକାଦଶୀ
ପାଳନକାରୀହିନ୍ଦୁ
ପ୍ରକାରଧାର୍ମିକ
ପର୍ବ ପାଳନବ୍ରତ, ପୂଜା
ତାରିଖଜ୍ୟୈଷ୍ଠ ଶୁକ୍ଳ ଏକାଦଶୀ
୨୦୨୩ ତାରିଖdate missing (please add)

ନିର୍ଜଳା ଏକାଦଶୀ ବା ଭୀମସେନ ଏକାଦଶୀ, ଜ୍ୟୈଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ଦିନ ପାଳନ କରାଯାଏ ।[୧]

ଅନ୍ୟ ଏକାଦଶୀରେ ବ୍ରତୀମାନେ ଫଳାହାର କରିଥାନ୍ତି । କିନ୍ତୁ ଏହି ଏକାଦଶୀରେ କୌଣସି ଖାଦ୍ୟ କିମ୍ବା ଜଳ ମଧ୍ୟ ଗ୍ରହଣ କରାଯାଏ ନାହିଁ । ବିଶ୍ୱାସ କରାଯାଏ ଏହି ଏକାଦଶୀ ପାଳନ କଲେ ବ୍ରତୀକୁ ଆୟୁ, ନିରୋଗ ଏବଂ ମୃତ୍ୟୁପରେ ସ୍ୱର୍ଗପ୍ରାପ୍ତି ହୋଇଥାଏ । ପୌରାଣିକ କଥାବସ୍ତୁରୁ ଜଣାଯାଏ ଏହି ଏକାଦଶୀରେ ଭୀମସେନ ବ୍ରତ ରଖିଥିଲେ । ସେ ଯେକୌଣସି ଖାଦ୍ୟକୁ ସହଜରେ ହଜମ କରିଦେଉଥିଲେ । ତାଙ୍କ ଉଦରରେ ବୃକ ନାମକ ଅଗ୍ନି ଥିବାରୁ ସେ ଏପରି ଖାଦ୍ୟ ପରିପାକ କରିପାରୁଥିଲେ । ନାଗଲୋକ ଯାଇ ସେଠି ମଧ୍ୟ ଦଶକୁଣ୍ଡ ଦୁଗ୍ଧ ପାନ କରିଥିବାରୁ ସେ ଦଶ ହଜାର ହାତୀର ଶକ୍ତି ପ୍ରାପ୍ତ ହୋଇଥିଲେ । ଏହି ରସ ପ୍ରଭାବରୁ ତାଙ୍କର ପ୍ରଚୁର କ୍ଷମତା ବଢ଼ିଯାଇଥିଲା । ତେଣୁ ସେ ଏହି ବ୍ରତ ପାଳନ କରି ପାରୁନଥିଲେ । ଥରେ ଭୀମସେନ ମହର୍ଷି ବେଦବ୍ୟାସଙ୍କୁ କହିଲେ ଦ୍ରୌପଦୀ ଏବଂ ମୋର ସମସ୍ତ ଭ୍ରାତା ଏକାଦଶୀ ବ୍ରତ ରଖୁଛନ୍ତି । କିନ୍ତୁ ମୁଁ ଭୋକ ସମ୍ଭାଳି ନପାରିବାରୁ ବ୍ରତ କରିପାରୁନାହିଁ ।[୨] ଆପଣ କୌଣସି ଏକ ଉପାୟ ବତାନ୍ତୁ । ବେଦବ୍ୟାସ କହିଲେ ତୁମେ ଜ୍ୟେଷ୍ଠ ଶୁକ୍ଳପକ୍ଷ ଏକାଦଶୀ ବ୍ରତ ପାଳନ କଲେ ବର୍ଷ ସାରା ଅନ୍ୟ ସବୁ ବ୍ରତର ଫଳ ମିଳିପାରିବ । ଏଥିପାଇଁ ତୁମକୁ ଉକ୍ତ ଏକାଦଶୀରେ ଦୁଇବେଳା ଭୋଜନ ଓ ଜଳତ୍ୟାଗ କରିବାକୁ ପଡ଼ିବ । ଏହିକଥା ଶୁଣି ଭୀମ ନିର୍ଜଳା ଏକାଦଶୀ ବ୍ରତ କରିବା ପାଇଁ ଯତ୍ନଶୀଳ ହେଲେ । ଭୀମସେନ ଏହି ନିର୍ଜଳା ଏକାଦଶୀ ବ୍ରତ ପାଳନ କରିଥିବାରୁ ଏହାକୁ ଭୀମସେନୀ ଏକାଦଶୀ ବୋଲି କୁହାଯାଏ । [୩] [୪]

ଆଧାର[ସମ୍ପାଦନା]

  1. "Nirjala Ekadashi - Importance, Story and Observing Ekadashi Vrat - OnlinePrasad.com blog". OnlinePrasad.com blog. Retrieved 16 February 2016.
  2. "Nirjala Ekadashi 2016, Nirjala Ekadashi Vrat Katha, Puja Vidhi Date and Time". Retrieved 16 February 2016.
  3. ୨୨.୬.୨୦୧୩, ଶନିବାର, ପୃଷ୍ଠା- ୨, ସମୟ
  4. ପ୍ରମେୟ, ପୃଷ୍ଠା-୨, ଗୁରୁବାର, ୨୦.୦୬.୨୦୧୩