ପଞ୍ଚଲିଙ୍ଗେଶ୍ୱର

ଉଇକିପିଡ଼ିଆ ରୁ
Jump to navigation Jump to search
ପଞ୍ଚଲିଙ୍ଗେଶ୍ୱର ଶିବ ମନ୍ଦିର
ପଞ୍ଚଲିଙ୍ଗେଶ୍ୱର
ପଞ୍ଚଲିଙ୍ଗେଶ୍ୱରଙ୍କ ଆସ୍ଥାନ
ପଞ୍ଚଲିଙ୍ଗେଶ୍ୱର ଶିବ ମନ୍ଦିର is located in ଓଡ଼ିଶା
ପଞ୍ଚଲିଙ୍ଗେଶ୍ୱର ଶିବ ମନ୍ଦିର
ପଞ୍ଚଲିଙ୍ଗେଶ୍ୱର ଶିବ ମନ୍ଦିର
ପଞ୍ଚଲିଙ୍ଗେଶ୍ୱର
ଭୌଗୋଳିକ ଅବସ୍ଥିତି
ଦିଗବାରେଣି21°24′41.12″N 86°43′4.33″E / 21.4114222°N 86.7178694°E / 21.4114222; 86.7178694
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାବାଲେଶ୍ୱର
ସ୍ଥାନପଞ୍ଚଲିଙ୍ଗେଶ୍ୱର

ପଞ୍ଚଲିଙ୍ଗେଶ୍ୱର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ୱର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ୱରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ୱର ହୋଇଅଛି ।[୧]ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।

ଗମନାଗମନ[ସମ୍ପାଦନା]

ଏହା ନୀଳଗିରି ଠାରୁ ୧୦ କିଲୋମିଟର, ବାଲେଶ୍ୱର ଠାରୁ ୩୦ କି.ମି. ଓ ବାରିପଦା ଠାରୁ ୮୫ କିମି ଦୂରତାରେ ରହିଅଛି। ଏହି ଦୁଇ ସହର ଠାରୁ ବସଯୋଗେ ଗମନାଗମନର ସୁବିଧା ଅଛି । ଏଠାରେ ଏକ ସରକାରୀ ପାନ୍ଥଶାଳା ଅଛି ।

ପାହାଡ଼଼ି ଝରଣା ଭିତରେ ବାବା ପଞ୍ଚଲିଙ୍ଗେଶ୍ୱର

ଆଧାର[ସମ୍ପାଦନା]

ଅଧିକ ତଥ୍ୟ[ସମ୍ପାଦନା]


ଛାଞ୍ଚ:ବାଲେଶ୍ୱର