Jump to content

ପଦ୍ମିନୀ ଦିଆନ

ଉଇକିପିଡ଼ିଆ‌ରୁ
ପଦ୍ମିନୀ ଦିଆନ
ବିଧାୟିକା: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ୨୦୨୪
ପୂର୍ବ ଅଧିକାରୀଚନ୍ଦ୍ରଶେଖର ମାଝି
ପର ଅଧିକାରୀରୁପୁ ଭତ୍ରା
ନିର୍ବାଚନ ମଣ୍ଡଳୀକୋଟପାଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ (1986-07-01) ୧ ଜୁଲାଇ ୧୯୮୬ (ବୟସ ୩୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସଦାଶିବ ଦିଆନ
ବାପା/ବୋଉଡମ୍ବରୁଧର ରନ୍ଧାରୀ (ବାପା)
ବୃତ୍ତିରାଜନୀତିଜ୍ଞ

ପଦ୍ମିନୀ ଦିଆନ (ଜନ୍ମ: ୧ ଜୁଲାଇ ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞା । ପଦ୍ମିନୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ପଦ୍ମିନୀ ଦିଆନ ୧୯୮୬ ମସିହାର ଜୁଲାଇ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଡମ୍ବରୁଧର ରନ୍ଧାରୀ ଏବଂ ପତିଙ୍କ ନାମ ସଦାଶିବ ଦିଆନ ।[୧] ପଦ୍ମିନୀଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ

[ସମ୍ପାଦନା]

ପଦ୍ମିନୀ ଦିଆନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ପଦ୍ମିନୀ ଦିଆନ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ୨୦୨୪ ଯାଏଁ କାର୍ଯ୍ୟ କରିଛନ୍ତି ।

  1. ୧.୦ ୧.୧ ୧.୨ ୧.୩ "Smt. Padmini Dian". odishaassembly.nic.in. Odisha Assembly. Retrieved 2 February 2020.