ପଦ୍ମ ବେଶ

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ
ଏହି ଲେଖାଟି ପଦ୍ମମୁଖ ବେଶ ବାବଦରେ । ବାକିସବୁ ପାଇଁ, ଜଗନ୍ନାଥଙ୍କ ବେଶ ପ୍ରସଙ୍ଗଟି ଦେଖନ୍ତୁ ।

ପଦ୍ମ ବେଶ ଏକ ଭାବମୂଳକ ବେଶ ଅଟେ । ମାଘ ଅମାବାସ୍ୟା ପରେ ବସନ୍ତ ପଞ୍ଚମୀ ପୂର୍ବରୁ ପଡୁଥିବା ବୁଧବାର ବା ଶନିବାର ଦିନ ଏହି ବେଶ କରାଯାଇଥାଏ । [୧] ବର୍ଷକରେ କେବଳ ଏହି ଗୋଟିଏ ଦିନ ମହାପ୍ରଭୁ ପଦ୍ମବେଶରେ ହିଁ ପହୁଡ଼ ଯାଆନ୍ତି । ବଡ଼ସିଂହାର ବେଶ ହୁଅନ୍ତି ନାହିଁ । [୨]କେତେକ ଗବେଷକଙ୍କ ମତରେ ଏହି ବେଶର ପ୍ରବର୍ତକ ହେଉଛନ୍ତି ବଡ଼ଛତା ମଠର ସନ୍ଥ ରଘୁବର ଦାସ (ଶପ୍ତଦଶ ଶତାବ୍ଦୀ) ।

କିମ୍ବଦନ୍ତୀ[ସମ୍ପାଦନା]

କିମ୍ବଦନ୍ତୀ ଅନୁଯାୟୀ, ଉତ୍କଳ ଠାରୁ ଶହ ଶହ ମାଇଲ ଦୂରରେ ଥିଲେ ଜଣେ ହିନ୍ଦୀ ଭାଷୀ ସାଧୁ । ତାଙ୍କର ନାମ ଥିଲା ମନୋହର ଦାସ । ଏକଦା ମହାତ୍ମା ମନୋହର ଦାସ ଜଗନ୍ନାଥଙ୍କୁ ଦର୍ଶନ କରିବା ଉଦ୍ଦେଶ୍ୟରେ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ତାଙ୍କର ପ୍ରବଳ ଆକାଂକ୍ଷା ଥିଲା ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ଦର୍ଶନ । ଦୀର୍ଘ ଦିନ ପାଦରେ ଚାଲି ଚାଲି ଅନେକ ଜଙ୍ଗଲ, ପାହାଡ଼, ନଈ, ରାସ୍ତା ଅତିକ୍ରମ କରି ଶାରୀରିକ ପୀଡା ସତ୍ତ୍ଵେ ସେ ଅବିଚଳିତ ଭାବେ ଆଗେଇ ଚାଲିଥାନ୍ତି । ପଥ ମଧ୍ୟରେ ରାତ୍ରି ହୋଇଗଲେ କୈଣସି ମନ୍ଦିର, ମଠ, ଆଶ୍ରମ କିମ୍ବା ବୃକ୍ଷ ତଳେ ବିଶ୍ରାମ ନିଅନ୍ତି । ପଦବ୍ରଜରେ ଯାଉଥିବା ବେଳେ ସାଧୁଙ୍କୁ ଥରେ ଭୀଷଣ ଶୋଷ ହେଲା । ପାଖରେ କୈଣସି ଗ୍ରାମ କିମ୍ବା ଜଳାଶୟ ନଥିଲା । କିଛି ପଥ ଅତିକ୍ରମ କରିବା ପରେ ହଠାତ ତାଙ୍କର ଦୃଷ୍ଟି ଗୋଚର ହେଲା ଗୋଟିଏ ପୁଷ୍କରିଣୀ ମଧୟେ ଅନେକ ପଦ୍ମ ଫୁଲ ଫୁଟିଛି। ସେ ତାହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ କାରଣ ଶୀତଦିନରେ ପଦ୍ମ ଫୁଲ ଫୁଟିବା ସମ୍ଭବ ନୁହେଁ । ସେ ମନେ ମନେ ଜଗନ୍ନାଥଙ୍କୁ ସୁମରଣା କରି ପାଣି ପିଇ ପ୍ରଭୁଙ୍କ ନିମନ୍ତେ ପୁଷ୍କରିଣୀରେ ଫୁଟିଥିବା ପଦ୍ମ ପୁଷ୍ପକୁ ତୋଳି ନିକଟରେ ଥିବା ଏକ ମଇଳା ଗାମୁଛାରେ ନେଇଥିଲେ । ମାଘ ମାସ ଅମାବାସ୍ୟା ଦିନ ସେ ଶ୍ରୀମନ୍ଦିରରେ ପହଞ୍ଚି ପଦ୍ମଫୁଲ ଗୁଡ଼ିକ ଶ୍ରୀଜୀଉମାନଙ୍କ ଚରଣାବିନ୍ଦରେ ଲାଗି କରିବା ପାଇଁ ଅନୁରୋଧ କଲେ । ମଇଳା ଗାମୁଛାରେ ଥିବା ଶୁଷ୍କ ପଦ୍ମ ଫୁଲକୁ ଦେଖି ପଣ୍ଡା ଏହା ଠାକୁରଙ୍କୁ ଲାଗି ହେଇପାରିବ ନାହିଁ କହି ତିରସ୍କାର କଲେ ।[୩] ଏ ଘଟଣାରେ ଭକ୍ତ ମନୋହର ଦୁଃଖ ଓ ଅପମାନରେ ମ୍ରିୟମାଣ ହୋଇ ତଳେ ପଡ଼ିଥିବା ଫୁଲ ସବୁ ଗୋଟାଇ ଶ୍ରୀମନ୍ଦିରରୁ ପଳାଇ ଆସି ବଡ଼ଛତା ମଠ ନିକଟରେ ଜଗନ୍ନାଥଙ୍କୁ ସ୍ମରଣ କରି ମୂର୍ଚ୍ଛିତ ହୋଇପଡ଼ିଲେ । ସେହି ଦିନ ଜଗନ୍ନାଥ ମହାପ୍ରଭୁ ସ୍ଵପ୍ନାଦେଶରେ ଗଜପତି ମହାରାଜାଙ୍କୁ କହିଲେ: ମନୋହର ଆଣିଥିବା ପଦ୍ମ ପୁଷ୍ପରେ ହିଁ ଆଜି ମୋର ବଡ଼ସିଂହାର ବେଶ ହେବ । ପଦ୍ମ ଚାଉଳରେ ଖିରି ଭୋଗକରି ସେହି ସାଧୁଙ୍କୁ ସେବନ କରାଇ ତାଙ୍କର ଜୀବନ ରକ୍ଷା କର । [୪][୫]

ଭକ୍ତ ପ୍ରବର ସାଧୁ ମନୋହର ଦାସଙ୍କ ଶ୍ରୀଜଗନ୍ନାଥଙ୍କୁ ପଦ୍ମ ପୁଷ୍ପ ପ୍ରଦାନର କିମ୍ବଦନ୍ତୀ ମୂଳକ ଆଖ୍ୟାନ ଅନୁକ୍ରମେ ମାଘମାସରେ ଏହି ବେଶରେ ଜଗନ୍ନାଥ ମହାପ୍ରଭୁ ସୋଲରେ ନିର୍ମିତ ପଦ୍ମ ପୁଷ୍ପ ପରିହିତ ହୋଇଥାନ୍ତି । [୬]

ଆଧାର[ସମ୍ପାଦନା]

  1. "Padma Besha – Costume Of Lord Jagannath  | PURIWAVES". puriwaves.nirmalya.in. Retrieved 18 January 2013. Padma Vesha is done on any Wednesday or Saturday between the new moon day of Magha and Basanta Panchami. 
  2. "Lord jagannath - Padma Besha of Lord Jagannath, Beshas of Lord Jagannath". orissa.oriyaonline.com. Retrieved 18 January 2013. Notably this is the only day when the deities go to sleep with Padma vesha. 
  3. ମିଶ୍ର, ରାମକୃଷ୍ଣ. "ଶ୍ରୀଜଗନ୍ନାଥଙ୍କର ପଦ୍ମବେଶ". ସମୟ. Retrieved 30 January 2017. 
  4. http://devoteecare.fullorissa.com/vesha/
  5. http://orissa.gov.in/e-magazine/Orissareview/2012/June/engpdf/14-24.pdf
  6. http://www.puritrip.com/jagannath-bhesa.php

ଅଧିକ ତଥ୍ୟ[ସମ୍ପାଦନା]