Jump to content

ପବିତ୍ର ସାଉଣ୍ଟା

ଉଇକିପିଡ଼ିଆ‌ରୁ
ପବିତ୍ର ସାଉଣ୍ଟା
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀପ୍ରଭୁ ଜାନି
ନିର୍ବାଚନ ମଣ୍ଡଳୀଲକ୍ଷ୍ମୀପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ପବିତ୍ର ସାଉଣ୍ଟା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ କଂଗ୍ରେସର ପ୍ରାର୍ଥୀ ଭାବରେ ଲକ୍ଷ୍ମୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୫୯,୪୪୭ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ପ୍ରଭୁ ଜାନିଙ୍କୁ ୨୧,୨୬୨ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଆଧାର[ସମ୍ପାଦନା]

  1. "General Election to Lakshmipur (Odisha)". Election Commission of India. Retrieved 11 June 2024.