Jump to content

ପୃଥ୍ୱୀରାଜ ହରିଚନ୍ଦନ

ଉଇକିପିଡ଼ିଆ‌ରୁ
ପୃଥ୍ୱୀରାଜ ହରିଚନ୍ଦନ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀପ୍ରଶାନ୍ତ କୁମାର ଜଗଦେବ
ନିର୍ବାଚନ ମଣ୍ଡଳୀଚିଲିକା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ବାପା/ବୋଉବିଶ୍ୱଭୂଷଣ ହରିଚନ୍ଦନ (ବାପା)
ସୁପ୍ରଭା ହରିଚନ୍ଦନ (ମାଆ)
ବୃତ୍ତିରାଜନୀତିଜ୍ଞ

ପୃଥ୍ୱୀରାଜ ହରିଚନ୍ଦନ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ପୃଥ୍ୱୀରାଜ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ଚିଲିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୩,୨୬୪ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ରଘୁନାଥ ସାହୁଙ୍କୁ ୪,୫୬୬ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ଏହି ବିଧାନ ସଭାବରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୨]

ଆଧାର[ସମ୍ପାଦନା]

  1. "General Election to Assembly Constituencies 2024: Bhadrak (Odisha)". Election Commission of India. Retrieved 11 June 2024.
  2. Mansingh, Sangita (2024-06-12). "ପୃଥ୍ୱୀରାଜ ହରିଚନ୍ଦନ - ଚିଲିକା ଆସନରୁ ଜିତିଲେ, ମନ୍ତ୍ରୀ ପଦ ପାଇଲେ". OdishaLIVE (in ଆମେରିକୀୟ ଇଂରାଜୀ). Retrieved 2024-06-17.