ପୋର୍ଟାଲ:ବୈଷୟିକ ବିଜ୍ଞାନ/Selected biography/5

ଉଇକିପିଡ଼ିଆ‌ରୁ
ମାଇକେଲ ଫାରାଡ଼େ
ମାଇକେଲ ଫାରାଡ଼େ
b. ୧୭୯୨/୧୮୬୭

ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍-ସ୍ରୋତ ର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣ ର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହା ଦ୍ୱାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟର ର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ଵର ଚାରି ସମୀକରଣ ରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ ।

ଏହି ମହାନ ବୈଜ୍ଞାନିକଙ୍କର ଜନ୍ମ ୨୨ ସେପ୍ଟେମ୍ବର, ୧୭୯୧ ରେ ହୋଇଥିଲା । ତାଙ୍କ ପିତା ବହୁତ ଗରିବ ଥିଲେ ଓ କମାର କାମ କରୁଥିଲେ । ସେ ପେଷାଗତ ଜୀବନ ଲଣ୍ଡନରେ ବହିବନ୍ଧାଳୀ ଚାକିରୀରୁ ଆରମ୍ଭ କରିଥିଲେ । ସମୟ ମିଳିଲେ ସେ ରସାୟନ ଏବଂ ବିଦ୍ୟୁତ୍ ଆଧାରିତ ପୁସ୍ତକ ପଢୁଥିଲେ । ସନ୍ ୧୮୧୩ ରେ ପ୍ରସିଦ୍ଧ ରସାୟନବିଦ, ସାର୍ ହାମ୍ପ୍ରୀ ଡେଭୀଙ୍କର ଉଦବୋଧନ ଶୁଣିବାର ସୌଭାଗ୍ୟ ତାଙ୍କୁ ପ୍ରାପ୍ତ ହେଲା । ଏହି ଉଦବୋଧନ ଉପରେ ଟୀକା ଲେଖି ଫାରାଡ଼େ ଡେଭୀଙ୍କ ପାଖକୁ ପଠାଇଲେ । ସାର୍ ହାମ୍ପ୍ରୀ ଡେଭୀ ଏହି ଟୀକା ଦ୍ୱାରା ଅତ୍ୟନ୍ତ ପ୍ରଭାବିତ ହେଲେ ଓ ନିଜ ଗବେଷଣାଗାରରେ ତାଙ୍କୁ ସହଯୋଗୀ ରଖିଲେ । ଫାରାଡ଼େ ମନଧ୍ୟାନ ଦେଇ କାମ କଲେ ଓ ୧୮୩୩ ଖ୍ରୀଷ୍ଟାବ୍ଦରେ ରୟାଲ୍ ଇନ୍‌ଷ୍ଟିଚ୍ୟୁଟ୍ ରେ ରସାୟନ ଅଧ୍ୟାପକ ହେଲେ ।

ଆହୁରି ଅନେକ ନିର୍ବାଚିତ ଜୀବନୀ ପଢନ୍ତୁ... ଅଧିକ ପଢନ୍ତୁ...