ପ୍ରକାଶ ଚନ୍ଦ୍ର ଦେବତା
ପ୍ରକାଶ ଚନ୍ଦ୍ର ଦେବତା | |
|---|---|
| ବିଧାୟକ: ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୯୫ – ୨୦୦୪ | |
| ନିର୍ବାଚନ ମଣ୍ଡଳୀ | ମେଳଛାମୁଣ୍ଡା |
| ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୮୦ – ୧୯୯୦ | |
| ନିର୍ବାଚନ ମଣ୍ଡଳୀ | ମେଳଛାମୁଣ୍ଡା |
| ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୭୪ – ୧୯୭୭ | |
| ନିର୍ବାଚନ ମଣ୍ଡଳୀ | ମେଳଛାମୁଣ୍ଡା |
| ବ୍ୟକ୍ତିଗତ ସବିଶେଷ | |
| ଜନ୍ମ | ୧୭ ମାର୍ଚ୍ଚ ୧୯୪୭ |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
| ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଇ) |
| ଜୀବନ ସାଥୀ | ସୁରେଶ୍ୱରୀ ଦେବତା |
| ବାପା/ବୋଉ | ଚତୁର୍ଭୁଜ ଦେବତା (ବାପା) |
| ବୃତ୍ତି | ରାଜନୀତିଜ୍ଞ |
ପ୍ରକାଶ ଚନ୍ଦ୍ର ଦେବତା (ଜନ୍ମ: ୧୭ ମାର୍ଚ୍ଚ ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର ଓ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୧୯୭୪, ୧୯୮୦, ୧୯୮୫, ୧୯୯୫ ଓ ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମେଳଛାମୁଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୮ମ, ୯ମ, ୧୧ଶ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପ୍ରକାଶ ଚନ୍ଦ୍ର ଦେବତା ୧୯୪୭ ମସିହାର ମାର୍ଚ୍ଚ ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚତୁର୍ଭୁଜ ଦେବତା ଓ ପତ୍ନୀଙ୍କ ନାମ ସୁରେଶ୍ୱରୀ ଦେବତା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପ୍ରକାଶ ଚନ୍ଦ୍ର ଦେବତା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି । ୧୯୮୯ରୁ ୧୯୯୦ ପର୍ଯ୍ୟନ୍ତ ଏବଂ ୧୯୯୫ ମସିହାରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]| ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
|---|---|---|---|---|
| ୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ମେଳଛାମୁଣ୍ଡା | ଭାରତୀୟ ଜାତୀୟ କଂଗ୍ରେସ |
| ୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ମେଳଛାମୁଣ୍ଡା | ଭାରତୀୟ ଜାତୀୟ କଂଗ୍ରେସ |
| ୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | ମେଳଛାମୁଣ୍ଡା | ଭାରତୀୟ ଜାତୀୟ କଂଗ୍ରେସ |
| ୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ମେଳଛାମୁଣ୍ଡା | ଭାରତୀୟ ଜାତୀୟ କଂଗ୍ରେସ |
| ୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ମେଳଛାମୁଣ୍ଡା | ଭାରତୀୟ ଜାତୀୟ କଂଗ୍ରେସ |
ଆଧାର
[ସମ୍ପାଦନା]- 1 2 "Shri Prakash Chandra Debata". odishaassembly.nic.in. Odisha Assembly. Retrieved 16 August 2022.