ପ୍ରଦିପ୍ତ ପଣ୍ଡା

ଉଇକିପିଡ଼ିଆ‌ରୁ
(ପ୍ରଦୀପ୍ତ ପଣ୍ଡାରୁ ଲେଉଟି ଆସିଛି)
ପ୍ରଦିପ୍ତ ପଣ୍ଡା
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀଅକ୍ଷୟ କୁମାର ଆଚାର୍ଯ୍ୟ
ପର ଅଧିକାରୀପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ
ନିର୍ବାଚନ ମଣ୍ଡଳୀନୀଳଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1955-02-28) ୨୮ ଫେବୃଆରୀ ୧୯୫୫ (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)
ବାପା/ବୋଉଉପେନ୍ଦ୍ର ନାଥ ପଣ୍ଡା (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରଦିପ୍ତ ପଣ୍ଡା (ଜନ୍ମ: ୨୮ ଫେବୃଆରୀ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ପ୍ରଦିପ୍ତ ପଣ୍ଡା ୧୯୫୫ ମସିହାର ଫେବୃଆରୀ ମାସ ୨୮ ତାରିଖରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଉପେନ୍ଦ୍ର ନାଥ ପଣ୍ଡା । ପ୍ରଦିପ୍ତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ସେ ବିବାହ କରିନାହାନ୍ତି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରଦିପ୍ତ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ସେ ୧୯୯୨ ମସିହାରେ ରେମୁଣା ପଞ୍ଚାୟତ ସମିତିର ଅଧକ୍ଷ ଭାବରେ କାର୍ଯ୍ୟ କରିଥିଲେ ଏବଂ ୧୯୯୫ ମସିହାଯାଏଁ ଏହି ପଦବୀରେ ରହି କାର୍ଯ୍ୟ କରିଥିଲେ ।[୧]

୨୦୦୦ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପ୍ରଦିପ୍ତ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ଏହି ବିଧାନ ସଭାରେ ସେ ୨୦୦୦ ମସିହାରେ ୨୦୦୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Pradipta Panda". odishaassembly.nic.in. Odisha Assembly. Retrieved 3 June 2019.