ପ୍ରଦୀପ କୁମାର ଦିଶାରୀ
ପ୍ରଦୀପ କୁମାର ଦିଶାରୀ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ବଳଭଦ୍ର ମାଝି |
ନିର୍ବାଚନ ମଣ୍ଡଳୀ | ଲାଞ୍ଜିଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୮ ଜୁନ ୧୯୭୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ପଦ୍ମାବତୀ ଦିଶାରୀ |
ବାପା/ବୋଉ | ପଦ୍ମନାଭ ଦିଶାରୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପ୍ରଦୀପ କୁମାର ଦିଶାରୀ (ଜନ୍ମ: ୮ ଜୁନ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପ୍ରଦୀପ କୁମାର ଦିଶାରୀ ୧୯୭୫ ମସିହାର ଜୁନ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପଦ୍ମନାଭ ଦିଶାରୀ ଓ ପତ୍ନୀଙ୍କ ନାମ ପଦ୍ମାବତୀ ଦିଶାରୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପ୍ରଦୀପ କୁମାର ଦିଶାରୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ।[୨] ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଂଗ୍ରେସ ପ୍ରାର୍ଥୀ ଭାବରେ ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀ ବଳଭଦ୍ର ମାଝିଙ୍କଠାରୁ ୨୪,୮୯୫ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେଡିର ପ୍ରାର୍ଥୀ ଭାବରେ ପୁଣିଥରେ ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୨,୪୧୩ ଖଣ୍ଡ ଭୋଟ୍ ପାଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ କଂଗ୍ରେସର ଶିବାଜୀ ମାଝିଙ୍କୁ ୧୪,୩୦୮ ଖଣ୍ଡ ଭୋଟ୍ରେ ପରାସ୍ତ କରିଥି ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Pradip Kumar Dishari". odishaassembly.nic.in. Odisha Assembly. Retrieved 8 June 2021.
- ↑ ୨.୦ ୨.୧ Giri, Smruti Sangita (11 April 2019). "ଲାଞ୍ଜିଗଡ଼ର 'ଗଡ଼' ହାତେଇବ କିଏ ?". Kanak News (in ଓଡ଼ିଆ). kanaknews.com. Archived from the original on 25 October 2020. Retrieved 31 May 2021.
{{cite news}}
: CS1 maint: unrecognized language (link) - ↑ "Lanjigarh Assembly Election Results 2019 Live: Lanjigarh Constituency (Seat) Election Results, Live News". News18. Retrieved 8 June 2021.