ବଂଶୀଧର ପଣ୍ଡା

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ
ବଂଶୀଧର ପଣ୍ଡା
ଜନ୍ମ ଓ ଜନ୍ମସ୍ଥାନ

୨୬ ନଭେମ୍ବର ୧୯୩୨ (1932-11-26) (୮୪ ବର୍ଷ)

[୧]
ଶିକ୍ଷାନୁଷ୍ଠାନ ବନାରସ ହିନ୍ଦୁ ବିଶ୍ଵବିଦ୍ୟାଳୟ,
ହାଭାର୍ଡ଼ ବିଶ୍ଵବିଦ୍ୟାଳୟ,
ମିଚିଗାନ ବୈଷୟିକ ବିଶ୍ଵବିଦ୍ୟାଳୟ[୨]
ପ୍ରସିଦ୍ଧି ଇମ୍ଫା[୩]
ଜୀବନସାଥି ଇଲା ପଣ୍ଡା[୪]
ସନ୍ତାନ ବୈଜୟନ୍ତ ପଣ୍ଡା[୫], ଶୁଭ୍ରକାନ୍ତ ପଣ୍ଡା

ବଂଶୀଧର ପଣ୍ଡା, (ଜନ୍ମ: ୨୬ ନଭେମ୍ବର ୧୯୩୨) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଅଟନ୍ତି । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଛି । [୬] ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା ।

ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଅଛନ୍ତି । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଛନ୍ତି ।[୭] ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ । [୮]

ପୁରସ୍କାର ଓ ସମ୍ମାନ[ସମ୍ପାଦନା]

ଆଧାର[ସମ୍ପାଦନା]