ବସନ୍ତ ବେହେରା
ବସନ୍ତ ବେହେରା | |
---|---|
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ପୂର୍ବ ଅଧିକାରୀ | ହରିହର ଭୋଇ |
ପର ଅଧିକାରୀ | ଗୋପୀନାଥ ଭୋଇ |
ନିର୍ବାଚନ ମଣ୍ଡଳୀ | ବାଲିପାଟଣା |
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | ଗୋପୀନାଥ ଭୋଇ |
ପର ଅଧିକାରୀ | ହୃଷିକେଶ ନାୟକ |
ନିର୍ବାଚନ ମଣ୍ଡଳୀ | ବାଲିପାଟଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଫେବୃଆରୀ ୧, ୧୯୧୦ |
ମୃତ୍ୟୁ | ୪ ଜୁନ ୧୯୯୩ | (ବୟସ ୮୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ (ଇ) |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜାତୀୟ କଂଗ୍ରେସ (ଆର୍) |
ଜୀବନ ସାଥୀ | ସୁମିତ୍ରା ବେହେରା |
ବାପା/ବୋଉ | ବିଶ୍ୱନାଥ ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବସନ୍ତ ବେହେରା (୧ ଫେବୃଆରୀ ୧୯୧୦ - ୪ ଜୁନ ୧୯୯୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବସନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବସନ୍ତ ବେହେରା ୧୯୧୦ ମସିହାର ଫେବୃଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଶ୍ୱନାଥ ବେହେରା ଓ ପତ୍ନୀଙ୍କ ନାମ ସୁମିତ୍ରା ବେହେରା ।[୧] ବସନ୍ତଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବସନ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ (ଇ) ଓ ଭାରତୀୟ ଜାତୀୟ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]
ମୃତ୍ୟୁ
[ସମ୍ପାଦନା]ବସନ୍ତ ବେହେରା ୧୯୯୩ ମସିହାର ଜୁନ ମାସ ୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।