ବାଙ୍କଚୂଡ଼ା ବେଶ

ଉଇକିପିଡ଼ିଆ‌ରୁ
ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ

ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ। କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ବେଶ ଅନୁଷ୍ଠିତ ହୋଇଥାଏ। ଏହି ଦିନ ଆବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ,ଖୁଣ୍ଟିଆ,ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି।

ବିଶେଷତା[ସମ୍ପାଦନା]

ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ, ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । [୧] ସେହି ସୃତିକୁ ଉଜ୍ଜୀବିତ କରିବା ପାଇଁ ପୁରୀ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି । ଏହି ବେଶର ବିଶେଷତ୍ୱ ଯେ ଜଗନ୍ନାଥବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡେ ଏବଂ ଏହି ଖୋସା(ବେଣୀ)ର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ। ସୂଚନାଯୋଗ୍ୟ ଏକ ଛୋଟ ସ୍ୱର୍ଣ୍ଣ କୀରିଟ ଠାକୁରମାନଙ୍କ କପାଳର ଶୀର୍ଷ ଭାଗରେ ଶୋଭାପାଇଥାଏ। ଲକ୍ଷ୍ମୀନାରାୟଣ ବେଶରେ ଲାଗୁଥିବା ଅଧିକାଂଶ ଅଳଙ୍କାର ଏଥିରେ ବ୍ୟବହୃତ ହୋଇଥାଏ । ଜଗନ୍ନାଥ ଚକ୍ର ଓ ଶଙ୍ଖ ଏବଂ ବଳଭଦ୍ର ହଳମୂଷଳ ଧାରଣ କରନ୍ତି । [୨] ଏହି ବେଶରେ ସୁଭଦ୍ରାଙ୍କ ଆଭୂଷଣ ପରିବର୍ତ୍ତନ ହୁଏନାହିଁ । ମାତ୍ର ତାଙ୍କର ମସ୍ତକ ସୂବର୍ଣ୍ଣ କିଆରେ ଶୋଭିତ ହୁଏ । ଭୋଗ ମଣ୍ଡପ ଶେଷ ହେବାପରେ ଠାକୁରମାନଙ୍କ ଏହି ଆକର୍ଷଣୀୟ ବେଶ ଦର୍ଶନ ନିମିତ୍ତ ସର୍ବ ସାଧାରଣଙ୍କ ଉଦ୍ଦେଶ୍ୟରେ ସାହାଣ ମେଳା ଦର୍ଶନ ହେଇଥାଏ। ଏହି ବେଶ ଦର୍ଶନ ସମୟରେ ଭକ୍ତମାନେ ରତ୍ନ ସିଂହାସନ ସମୀପ ପର୍ଯ୍ୟନ୍ତ ଯାଇଥାନ୍ତି।

ବାଙ୍କଚୂଡ଼ା ବେଶ ଏକ କୃଷ୍ଣ ସଂପର୍କିତ ବେଶ । କବି ବନମାଳୀ ତାଙ୍କ ପଦ୍ୟାବଳୀରେ ଲେଖିଛନ୍ତି -

ନିରେଖି ଚାହାଁରେ ସଖୀ ! ଏ କଦମ୍ବ ମୂଳକୁ

ସଂସାର ସାର ସୁଷମା ହୋଇବ କି କୁଳକୁ ।

ଶିରେ ବାଙ୍କଚୂଳ ଶିଖୀ ପୁଚ୍ଛ ଚଳାଚଳକୁ

ବିଲୋକିଲେ ସତୀ ଧୃତି ରହିବ କି କାଳକୁ ।

ଆଧାର[ସମ୍ପାଦନା]

ବାହାର ତଥ୍ୟ[ସମ୍ପାଦନା]