ବାହୁଡ଼ା ଯାତ୍ରା

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ
ଏହି ଲେଖାଟି ବାହୁଡ଼ା ଯାତ୍ରା ବାବଦରେ । ବାକିସବୁ ପାଇଁ, ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ ପ୍ରସଙ୍ଗଟି ଦେଖନ୍ତୁ ।

ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ରଥରେ ଗୁଣ୍ଡିଚା ଘରୁ ବଡ଼ ଦେଉଳକୁ ଫେରନ୍ତି, ଏହି ଫେରନ୍ତା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ [୧] । ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ବା ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି -

ନବମ୍ୟା ବାସୟେଦ୍ଦେବାନ୍ ତେଷୁ ପ୍ରାତଃ ସମୃଦ୍ଧିମତ୍ ।

ଦକ୍ଷିଣାଭିମୁଖୀ ଯାତ୍ରା ବିଷ୍ଣୋରେଷା ସୁଦୁର୍ଲଭା ॥

—ସ୍କନ୍ଧ ପୁରାଣ, ଉତ୍କଳ ଖଣ୍ଡ

ଅର୍ଥାତ ନବମ ଦିବସରେ ଦେବତାମାନଙ୍କୁ ରଥରେ ଅଧିଷ୍ଠିତ କରାଇବେ। ଉକ୍ତ ଦିନ ପ୍ରାତଃ କାଳ ଅତ୍ୟନ୍ତ ସମୃଦ୍ଧିବାନ୍ ଅଟେ । ସେଦିନ ବିଷ୍ଣୁଙ୍କର ପାଲିତ ଦକ୍ଷିଣାମୁଖୀ ଯାତ୍ରା ଅତ୍ୟନ୍ତ ଦୁର୍ଲଭ । ବାହୁଡ଼ା ଯାତ୍ରା ପୂର୍ବରୁ ଅଷ୍ଟମୀ ଦିନ ଶରଧାବାଲିଠାରେ ରଖାଯାଇଥିବା ତିନୋଟି ଯାକ ରଥକୁ ଦକ୍ଷିଣମୋଡ଼ କରାଯାଇ ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ବାର ସମ୍ମୁଖରେ ରଖାଯାଇଥାଏ । ନନ୍ଦିଘୋଷ ରଥ ଶ୍ରୀନଅର ସମ୍ମୁଖରେ ପହଞ୍ଚିବା ପରେ ସେଠାରେ ପାରମ୍ପରିକ ରୀତିମତେ ଲକ୍ଷ୍ମୀ-ନାରାୟଣ ଭେଟ କରାଯାଇଥାଏ ।


ସମ୍ପୂର୍ଣ୍ଣ ଯାତ୍ରାକୁ ତିନୋଟି ଅଙ୍ଗ ରୂପେ ଧରାଯାଇଛି। ଏଥିମଧ୍ୟରୁ ରଥଯାତ୍ରା ଗୋଟିଏ ଅଙ୍ଗ, ଗୁଣ୍ଡିଚା ମଣ୍ଡପରେ ବାସ ଦ୍ଵିତୀୟ ଅଙ୍ଗ ଏବଂ ବାହୁଡା଼ ୟାତ୍ରା ପୂର୍ବକ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ ପର୍ଯ୍ୟନ୍ତ ତୃତୀୟ ଅଙ୍ଗ । ଶାସ୍ତ୍ରୀୟ ବର୍ଣ୍ଣନାନୁସାରେ ରଥଯାତ୍ରା ସମୟରେ ପ୍ରଭୁମାନେ ଉତ୍ତରାଭିମୁଖି ହୋଇ ଯାତ୍ରା କରୁଥିବା ସମୟରେ ସେମାନଙ୍କୁ ଦର୍ଶନ କଲେ ଯେଉଁ ଫଳ ମିଳେ, ବାହୁଡା଼ ଯାତ୍ରାରେ ଦକ୍ଷିଣାଭିମୁଖ ହୋଇ ଯାତ୍ରା କରୁଥିବା ବେଳେ ଠାକୁରମାନଙ୍କୁ ଦର୍ଶନ କଲେ ଠିକ୍ ସେହିପରି ଫଳ ମିଳିଥାଏ। ଏପରିକି ଭକ୍ତମାନେ ଏହି ଦୁର୍ଲଭ ଦର୍ଶନରେ ଅଶ୍ଵମେଧ ଯଜ୍ଞର ଫଳ ଲାଭ କରି ଅନ୍ତକାଳରେ ବୈକୁଣ୍ଠ ପ୍ରାପ୍ତି ହୋଇଥାନ୍ତି ବୋଲି ବିଶ୍ଵାସ କରାଯାଏ । [୨]

ମହତ୍ତ୍ଵ[ସମ୍ପାଦନା]

ଜନ୍ମବେଦୀ ଦର୍ଶନ[ସମ୍ପାଦନା]

ଆଧାର[ସମ୍ପାଦନା]

  1. "ବାହୁଡା ଯାତ୍ରା". shreekhetra.com. Retrieved 31 July 2016. 
  2. Suryanarayan Das (୨୦୧୦). Lord Jagannath. Sanbun Publishers. pp. ୧୩୨–. ISBN ୯୭୮-୯୩-୮୦୨୧୩-୨୨-୪. 

ବାହାର ତଥ୍ୟ[ସମ୍ପାଦନା]