ବିକ୍ରମ କେଶରୀ ଆରୁଖ
ବିକ୍ରମ କେଶରୀ ଆରୁଖ | |
---|---|
ବିଧାୟକ: ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୨୪ | |
ପୂର୍ବ ଅଧିକାରୀ | ରାମକୃଷ୍ଣ ଗୌଡ଼ |
ପର ଅଧିକାରୀ | ପ୍ରଦ୍ୟୁମ୍ନ କୁମାର ନାୟକ |
ନିର୍ବାଚନ ମଣ୍ଡଳୀ | ଭଞ୍ଜନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୮ ସେପ୍ଟେମ୍ବର ୧୯୬୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ |
ଜୀବନ ସାଥୀ | ଜୟ ଲକ୍ଷ୍ମୀ ଆରୁଖ |
ବାପା/ବୋଉ | ବଳଭଦ୍ର ଆରୁଖ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିକ୍ରମ କେଶରୀ ଆରୁଖ (ଜନ୍ମ: ୨୮ ସେପ୍ଟେମ୍ବର ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଛନ୍ତି । ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଞ୍ଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିକ୍ରମ ୧୯୬୨ ମସିହାର ସେପ୍ଟେମ୍ବର ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଳଭଦ୍ର ଆରୁଖ ଓ ପତ୍ନୀଙ୍କ ନାମ ଜୟ ଲକ୍ଷ୍ମୀ ଆରୁଖ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିକ୍ରମ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ଭଞ୍ଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୭,୪୯୮ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଠାରୁ ୧୬,୩୨୪ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ଭଞ୍ଜନଗର | ଜନତା ଦଳ |
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ଭଞ୍ଜନଗର | ବିଜୁ ଜନତା ଦଳ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ଭଞ୍ଜନଗର | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ଭଞ୍ଜନଗର | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ଭଞ୍ଜନଗର | ବିଜୁ ଜନତା ଦଳ |
୨୦୧୯ | ୨୦୨୪ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ଭଞ୍ଜନଗର | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Bikram Keshari Arukha". odishaassembly.nic.in. Odisha Assembly. Retrieved 28 January 2021.
- ↑ "General Election to Assembly Constituencies 2024: Bhanjanagar (Odisha)". Election Commission of India. Retrieved 27 June 2024.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Bikram Keshari Arukha-ସମ୍ପର୍କିତ ମିଡ଼ିଆ