ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜ

ଉଇକିପିଡ଼ିଆ‌ରୁ
ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜ
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀସତ୍ୟସୁନ୍ଦର ମିଶ୍ର
ପର ଅଧିକାରୀଅରୁଣ କୁମାର ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଖଣ୍ଡପଡ଼ା
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀଅରୁଣ କୁମାର ପଟ୍ଟନାୟକ
ପର ଅଧିକାରୀବିଜୟଲକ୍ଷ୍ମୀ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଖଣ୍ଡପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1955-01-04) ୪ ଜାନୁଆରୀ ୧୯୫୫ (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଦେବୀକା ଦେବୀ
ସନ୍ତାନସିଦ୍ଧାର୍ଥ ଶେଖର ସିଂହ
ବାପା/ବୋଉହରିହର ସିଂହ ମର୍ଦ୍ଦରାଜ ଭ୍ରମରବର ରାୟ (ବାପା)
ଏସ୍. ଏମ୍. ଦେବୀ (ମାଆ)
ବୃତ୍ତିରାଜନୀତିଜ୍ଞ

ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜ (ଜନ୍ମ: ୪ ଜାନୁଆରୀ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୧୯୮୦, ୧୯୯୫ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜ ୧୯୫୫ ମସିହାର ଜାନୁଆରୀ ମାସ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ହରିହର ସିଂହ ମର୍ଦ୍ଦରାଜ ଭ୍ରମରବର ରାୟ, ଯିଏକି ଖଣ୍ଡପଡ଼ାର ଶେଷ ସ୍ୱାଧୀନ ରାଜା ଥିଲେ ଏବଂ ମାତାଙ୍କ ନାମ ଏସ୍. ଏମ୍. ଦେବୀ ।[୧] ବିଭୁତିଙ୍କ ପତ୍ନୀଙ୍କ ନାମ ଦେବୀକା ଦେବୀ ଏବଂ ତାଙ୍କ ପୁଅ ସିଦ୍ଧାର୍ଥ ଶେଖର ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବିଭୁତି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କାର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।[୧] ବିଭୁତି ୧୯୮୯ ମସିହାରୁ ୧୯୯୦ ମସିହାଯାଏଁ ଏବଂ ୧୯୯୬ ମସିହାରୁ ୨୦୦୦ ମସିହାଯାଏଁ ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ "Shri Bibhuti Bhusan Singh Mardaraj". odishaassembly.nic.in. Odisha Assembly. Retrieved 13 April 2020.