Jump to content

ନବଦୁର୍ଗା

ଉଇକିପିଡ଼ିଆ‌ରୁ
୧୦:୩୨, ୨ ଅକ୍ଟୋବର ୨୦୧୩ ବେଳେ Aditya Mahar (ଆଲୋଚନା | ଅବଦାନ) (ନବଦୁର୍ଗା (ନବରାତ୍ର ପ୍ରସଙ୍ଗରୁ ତଥ୍ୟ)) ଙ୍କ ଦେଇ ହୋଇଥିବା ସଂସ୍କରଣ
(ଅଦଳ ବଦଳ) ← ପୁରୁଣା ସଂସ୍କରଣ | ନଗଦ ସଂସ୍କରଣ (ଅଦଳ ବଦଳ) | ନୂଆ ସଂସ୍କରଣ → (ଅଦଳ ବଦଳ)

ହିନ୍ଦୁ ଧର୍ମରେ ଶକ୍ତିରୂପିଣୀ ମାଆ ଦୁର୍ଗାଙ୍କର ନଅ ରୂପ ବୋଲି କୁହାଯାଏ। ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ୤

Navadurga, depicted surrounding Durga, worshipped in Varanasi

ନବଦୁର୍ଗା

  • ଶୈଳପୁତ୍ରୀ: ଆଦିଶକ୍ତିର ପ୍ରଥମ ସ୍ଵରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ୤ ପୌରାଣିକ ମତେ ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନା ଦ୍ଵାରା ପ୍ରସନ୍ନ ହୋଇ ଦେବୀ ତାଙ୍କର କନ୍ୟା ଭାବେ ଜନ୍ମ ନେଇଥିଲେ୤ ଏହିଦିନ ଭକ୍ତ ଓ ସାଧକ ନିଜର ମନକୁ ମୂଳାଧାର ଚକ୍ରରେ ଅବସ୍ଥାନ କରି ଉପାସନା କରିଥାନ୍ତି୤
  • ବ୍ରହ୍ମଚାରିଣୀ: ବ୍ରହ୍ମଚାରିଣୀ ସ୍ଵରୂପରେ ନବରାତ୍ରର ଦ୍ଵିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି୤ ମାଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା୤ ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ ହୋଇଥାଏ୤ ତାଙ୍କ ଡାହାଣ ହାତରେ ମନ୍ତ୍ର ଜପାମାଳି ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ୤ ଭକ୍ତ ନିଜ ମନକୁ ସ୍ଵାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି୤
  • ଚିତ୍ରଘଣ୍ଟା: ଏହା ଦେବୀଙ୍କ ଉଗ୍ରରୂପ ୤ ଦେବୀ ଦଶଭୂଜା ଓ ବ୍ୟାଘ୍ର/ ସିଂହ ଉପରେ ବିରାଜମାନ ୤ ଅନେକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତା ଦେବୀଙ୍କର ମୁଦ୍ରା ଯୁଦ୍ଧାଭିମୁଖୀ୤
  • କୁଷ୍ମାଣ୍ଡା: ପୌରାଣିକ ମତେ ଦେବୀଙ୍କ ହସରୁ ବ୍ରହ୍ମାଣ୍ଡ ସୃଷ୍ଟି ୤ ଭକ୍ତ ନିଜ ମନକୁ ଅନାହତ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି୤ ଏହି ରୂପରେ ଦେବୀ ଅଷ୍ଟଭୂଜା ଓ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାନ୍ତି୤
  • ସ୍କନ୍ଦମାତା: ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ଏହି ସ୍ବରୂପରେ ଉପାସନା କରାଯାଏ୤ କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଦମାତା କୁହାଯାଏ୤ ଦେବୀ ଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ୤ ଏହି ରୂପରେ ମାତା ପୁତ୍ର ସ୍କନ୍ଦକୁ କୋଳରେ ବସାଇଥାନ୍ତି ୤
  • କାତ୍ୟାୟନୀ: ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ ଏହି ସ୍ବରୂପରେ ଉପାସନା କରାଯାଏ୤ ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ, ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ୤ ଭଗବାନକୃଷ୍ଣଙ୍କୁ ପତି ରୂପେ ପାଇବାକୁ ବ୍ରଜଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ ତେଣୁ ବିବାହ ହୋଇପାରୁନଥିବା
  • କାଳରାତ୍ରୀ: ନବରାତ୍ର ସପ୍ତମ ଦିବସରେ ଦେବୀଙ୍କୁ ଏହି ସ୍ବରୂପରେ ଉପାସନା କରାଯାଏ୤ ଏହା ଦେବୀଙ୍କ ବିକଟାଳ ରୂପ୤ ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ ଲୌହ ଖଡ୍ଗ ଧାରଣ କରିଥାନ୍ତି୤
  • ମହାଗୌରୀ: ନବରାତ୍ର ଅଷ୍ଟମ ଦିବସରେ ଦେବୀଙ୍କୁ ଏହି ସ୍ବରୂପରେ ଉପାସନା କରାଯାଏ୤ ଏହା ଦେବୀଙ୍କ ସୌମ୍ୟ ରୂପ ୤ ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର, ଶ୍ଵେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ ଓ ତ୍ରିଶୁଳ ଧାରଣ କରିଥାନ୍ତି ଓ ଅନ୍ୟ ଦୁଇ ହାତରେ ଅଭୟ ପ୍ରଦାନ କରିଥାନ୍ତି୤
  • ସିଦ୍ଧିଦାତ୍ରୀ: ନବରାତ୍ରର ନବମ ବା ଶେଷ ଦିବସରେ ଦେବୀଙ୍କୁ ଏହି ସ୍ବରୂପରେ ଉପାସନା କରାଯାଏ୤ ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି୤ (କେତେକ ଧର୍ମଗ୍ରନ୍ଥରେ ତାଙ୍କର ବାହାନ ସିଂହ ଭାବେ ଦର୍ଶାଯାଇଥିବା ବେଳେ ସେ ପଦ୍ମ ଉପରେ ଉପବେଶନ କରିଥାନ୍ତି୤) ସିଦ୍ଧିଦାତ୍ରୀଙ୍କ ପୂଜା ସହିତ ନବରାତ୍ରରେ ନବଦୁର୍ଗା ପୂଜା ସମ୍ପୂର୍ଣ୍ଣ ହୋଇଥାଏ୤

ଆଧାର

ବାହାର ତଥ୍ୟ