Jump to content

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଉଇକିପିଡ଼ିଆ‌ରୁ
୧୩:୩୦, ୨୩ ଜୁଲାଇ ୨୦୧୨ ବେଳେ Aditya Mahar (ଆଲୋଚନା | ଅବଦାନ) ("{{ତିଆରି ଚାଲିଛି}} ୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜା..." ନାଆଁରେ ପୃଷ୍ଠାଟିଏ ତିଆରିକଲେ) ଙ୍କ ଦେଇ ହୋଇଥିବା ସଂସ୍କରଣ
(ଅଦଳ ବଦଳ) ← ପୁରୁଣା ସଂସ୍କରଣ | ନଗଦ ସଂସ୍କରଣ (ଅଦଳ ବଦଳ) | ନୂଆ ସଂସ୍କରଣ → (ଅଦଳ ବଦଳ)

୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା 'ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭା ଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।