"ପଞ୍ଚଲିଙ୍ଗେଶ୍ୱର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
[https://or.wikipedia.org/w/index.php?title=ପଞ୍ଚଲିଙ୍ଗେଶ୍ଵର_ମନ୍ଦିର&oldid=139549 ଏଠା]ରୁ ତଥ୍ୟ ନିଆଯାଇ ଯୋଡ଼ାଗଲା/ସ୍ୱେଚ୍ଛା ସମ୍ପାଦନା
ଟିକେ Psubhashish ପଞ୍ଚଲିଙ୍ଗେଶ୍ଵର ମନ୍ଦିର ପୃଷ୍ଠାଟି ପଞ୍ଚଲିଙ୍ଗେଶ୍ୱରକୁ ଘୁଞ୍ଚାଇଲେ: ଠିକ ବନାନ
(କିଛି ବଦଳିନାହିଁ)

୧୭:୪୯, ୨୩ ଅପ୍ରେଲ ୨୦୧୪ ଅନୁସାରେ କରାଯାଇଥିବା ବଦଳ


ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର
ପଞ୍ଚଲିଙ୍ଗେଶ୍ଵର
ପଞ୍ଚଲିଙ୍ଗେଶ୍ଵରଙ୍କ ଆସ୍ଥାନ
Religion
ଅନୁବନ୍ଧଗୁଡ଼ିକହିନ୍ଦୁ ଧର୍ମ
Districtବାଲେଶ୍ଵର
Location
ସ୍ଥାନପଞ୍ଚଲିଙ୍ଗେଶ୍ଵର
Countryଭାରତ

ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।[୧]ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।

ଗମନାଗମନ

ଏହା ନୀଳଗିରି ଠାରୁ ୧୦ କିଲୋମିଟର, ବାଲେଶ୍ୱର ଠାରୁ ୩୦ କି.ମି. ଓ ବାରିପଦା ଠାରୁ ୮୫ କିମି ଦୂରତାରେ ରହିଅଛି। ଏହି ଦୁଇ ସହର ଠାରୁ ବସଯୋଗେ ଗମନାଗମନର ସୁବିଧା ଅଛି । ଏଠାରେ ଏକ ସରକାରୀ ପାନ୍ଥଶାଳା ଅଛି ।

ପାହାଡ଼଼ି ଝରଣା ଭିତରେ ବାବା ପଞ୍ଚଲିଙ୍ଗେଶ୍ଵର

ଆଧାର

ଅଧିକ ତଥ୍ୟ