"ବିଦ୍ୟୁତ୍,ଚୁମ୍ବକତ୍ବ," ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
ବଦଳ ସାରକଥା ଲୁଚାଇଦିଅନ୍ତୁ
("'''ବିଦ୍ୟୁତ୍-ଚୁମ୍ଵକତ୍ଵ''' ବା '''ବିଦ୍ୟୁତ୍-ଚୁମ୍ଵକୀୟ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ)
 
ଟିକେ
'''ବିଦ୍ୟୁତ୍-ଚୁମ୍ଵକତ୍ଵ''' ବା '''ବିଦ୍ୟୁତ୍-ଚୁମ୍ଵକୀୟ ପ୍ରଭାବ''' ଭୌତିକ ବିଜ୍ଞାନର ଏକ ପ୍ରମୁଖ ଶାଖା । ବିଦ୍ୟୁତ୍-ଚୁମ୍ଵକୀୟ ବଳ ଓ ତାହାର ପ୍ରଭାବର ଅନୁଶୀଳନ ଏହି ଶାଖାର ଭିତ୍ତିଭୂମି । ବୈଦୁତିକ ଚାର୍ଜ୍ ବହନ କରୁଥିବା ବସ୍ତୁମାନଙ୍କ ମଧ୍ୟରେ ବଳ ସୃଷ୍ଟି ହୁଏ, ତାହାକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ ବୋଲି କୁହାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳ ସହିତ, ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ର (ବୈଦୁତିକ କ୍ଷେତ୍ର, ଚୁମ୍ଵକୀୟ କ୍ଷେତ୍ର, ଆଲୋକ) ସହିତ ଓତଃପ୍ରୋତ ଭାବେ ଜଡ଼ିତ । ଆଧୁନିକ ଭୌତିକ ବିଜ୍ଞାନରେ ବିଦ୍ୟୁତ୍-ଚୁମ୍ଵକୀୟ ବଳକୁ ପାରମାଣବିକ ବସ୍ତୁ (ଈଂରାଜୀରେ Atomic Particles)ଙ୍କ ମଧ୍ୟରେ ଥିବା ଏକ ମୌଳିକ ପାରସ୍ପରିକ ବଳ ଭାବେ ଗଣନା କରାଯାଏ । ସାଧାରଣତଃ ପାରମାଣବିକ ବସ୍ତୁମାନଙ୍କ ମଧ୍ୟରେ ଥିବା ୪ଟି ମୌଳିକ ପାରସ୍ପରିକ ବଳ ହେଲା: ଶକ୍ତିଶାଳୀ ବଳ (ଈଂରାଜୀରେ Strong Force), ଶକ୍ତିହୀନ ବଳ (ଈଂରାଜୀରେ Weak Force), ମହାକର୍ଷଣୀୟ (ଈଂରାଜୀରେ Gravitational) ଏବଂ ବିଦ୍ୟୁତ୍-ଚୁମ୍ଵକତ୍ଵ (ଈଂରାଜୀରେ Electro-Magnetic) । ବିଦ୍ୟୁତ୍-ଚୁମ୍ଵକତ୍ଵକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ (ଲୋରେଞ୍ଜ୍ ବଳ)ର ପ୍ରଭାବ ଦ୍ଵାରା ପରିପ୍ରକାଶ କରାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳରେ ବୈଦୁତିକ ବଳ ଓ ଚୁମ୍ଵକତ୍ଵ ସମାହିତ ।
 
ପାରମ୍ପରିକ ଭୌତିକ ବିଜ୍ଞାନର ଅନୁସାରେ ବିଦ୍ୟୁତ୍ ଚାର୍ଜ୍ ଓ ବିଦ୍ୟୁତ୍ ବିଭବ ଯୋଗୁଁ ବୈଦ୍ୟୁତିକ କ୍ଷେତ୍ର ସୃଷ୍ଟି ହୋଇଥାଏ । ମାଇକେଲ୍ ଫାରାଡ଼େଙ୍କ ନିୟମାନୁସାରେ ଚୁମ୍ଵକୀୟ କ୍ଷେତ୍ର, ବିଦ୍ୟୁତ୍-ଚୁମ୍ଵକୀୟ ଉପପାଦନ (ଈଂରାଜୀରେ Electromagnetic Induction) ଓ ଚୁମ୍ଵକତ୍ଵ ସହିତ ସମ୍ପୃକ୍ତ । ବୈଦୁତିକ କ୍ଷେତ୍ରରେ ଚାର୍ଜ୍ ଓ ପ୍ରବାହ, ଚୁମ୍ଵକୀୟ କ୍ଷେତ୍ର ପରସ୍ପରକୁ କିପରି ଭାବେ ପ୍ରଭାବିତ କରନ୍ତି ମାକ୍ସୱେଲଙ୍କ ସମୀକରଣରେ ଦର୍ଶିତ ହୋଇଛି ।  ବିଦ୍ୟୁତ୍-ଚୁମ୍ଵକତ୍ଵର ପରୀକ୍ଷଣ ଦ୍ଵାରା ଶୂନ୍ୟରେ ଆଲୋକର ବେଗ ନିରୂପିତ ହୋଇପାରିଲା ଓ ଏହା ଆଇନ୍ ଷ୍ଟାଇନଙ୍କ ବିଶେଷ ଆପେକ୍ଷିକ ତତ୍ତ୍ଵର ଭିତ୍ତିଭୂମି । 
୩. ଏକ ତାରରେ ପ୍ରବାହିତ ବିଦ୍ୟୁତ୍ ସ୍ରୋତ ନିଜ ଚାରିପଟେ ଏକ ଚୁମ୍ଵକୀୟ କ୍ଷେତ୍ର ସୃଷ୍ଟି କରିଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକୀୟ କ୍ଷେତ୍ରର ଦିଗ ନିରୂପଣ କରିଥାଏ (ଏହାକୁ “ଡାହାଣ ହାତ ପାପୁଲି ନିୟମ” ମଧ୍ୟ କୁହନ୍ତି । ଡାହାଣ ହାତର ପାପୁଲିକୁ ଖୋଲାକରି ରଖାଯାଉ ଯେପରିକି ବୁଢ଼ା ଆଙ୍ଗୁଠି ଓ ଅନ୍ୟ ଚାରି ଆଙ୍ଗୁଠି ପରସ୍ପର ପ୍ରତି ୯୦ ଡିଗ୍ରୀରେ ରହିବେ । ଯଦି ବୁଢ଼ା ଆଙ୍ଗୁଠି ତାରରେ ବିଦ୍ୟୁତ୍ ପ୍ରବାହର ଦିଗ ଦର୍ଶାଏ, ତେବେ ବାକି ଚାରି ଆଙ୍ଗୁଠି ମୁଠେଇ ଆଣିଲେ ଯେଉଁ ଦିଗ ନିରୂପଣ ହୁଏ ତାହା ଚୁମ୍ଵକୀୟ କ୍ଷେତ୍ରର ଦିଗ) ।
 
୪. ଏକ ତାର କୁଣ୍ଡଳୀକୁ ଚୁମ୍ଵକୀୟ କ୍ଷେତ୍ର ପାଖକୁ ବା ତା’ଠାରୁ ଦୂରକୁ ନେଲେ ସେଥିରେ ବିଦ୍ୟୁତ୍ ପ୍ରବାହ ହୋଇଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକୀୟଚୁମ୍ବକ କ୍ଷେତ୍ରରଆଡକୁ ବା ତାହାଠାରୁ ଦୂରକୁ ଯାଉଥିବା ତାର କୁଣ୍ଡଳୀର ଗତିର ଦିଗ ଉପରେ ନିର୍ଭର କରେ । 
 
୧୮୨୦ ମସିହାରେ '''ହାନ୍ସ୍ ଖ୍ରୀଷ୍ଟିୟାନ୍ ଓରଷ୍ଟେଡ୍''' ପରୀକ୍ଷା କରି ଦେଖିଥିଲେ ଯେ ସ୍ଵିଚ୍ ଖୋଲି ବା ବନ୍ଦ କରି, ଏକ ତାରରେ ବିଦ୍ୟୁତ୍ ପ୍ରବାହ ହେଲେ ତାହା ପାଖରେ ଥିବା ଏକ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । ବିଦ୍ୟୁତ୍ ପ୍ରବାହ ହେଲେ ତା’ ଚାରିପଟେ ସୃଷ୍ଟି ହୋଇଥିବା ଚୁମ୍ଵକୀୟ କ୍ଷେତ୍ରର ପ୍ରଭାବରେ ଏପରି ହୋଇଥାଏ କିନ୍ତୁ ସେ ଏହି ବିକ୍ଷୟରେ ଆଉ ଅଧିକ ବିବରଣୀ ଦେଇପାରିଲେ ନାହିଁ । ପରେ ଅଧିକ ପରୀକ୍ଷା କରି ସେ ବୈଦ୍ୟୁତିକ କ୍ଷେତ୍ର ଓ ଚୁମ୍ଵକୀୟ କ୍ଷେତ୍ର ମଧ୍ୟରେ ଘନିଷ୍ଠ ସମ୍ପର୍କ ରହିଥିବା କଥା ପ୍ରକାଶ କରିଥିଲେ । ବିଦ୍ୟୁତ୍-ଚୁମ୍ଵକତ୍ଵ କ୍ଷେତ୍ରରେ ଅବଦାନ ପାଇଁ ତାଙ୍କରି ନାମରେ ବିଦ୍ୟୁତ୍-ଚୁମ୍ଵକୀୟ ଉପପାଦନର ମାତ୍ରକକୁ ନାମିତ କରାଯାଇଛି । ଆହୁରି ମଧ୍ୟ ତାଙ୍କ ଗବେଷଣାକୁ ବ୍ୟବହାର କରି '''ଆଣ୍ଡ୍ରେ ମେରି ଆମ୍ପିୟର୍''' ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ । ଆମ୍ପିୟରଙ୍କ ନାମରେ ବିଦ୍ୟୁତ୍ ସ୍ରୋତର ମାତ୍ରକ ନାମିତ ହୋଇଅଛି ।
୨,୪୪୭

ଗୋଟି ସମ୍ପାଦନା

ଦିଗବାରେଣି ମେନୁ