"ବିଦ୍ୟୁତ୍,ଚୁମ୍ବକତ୍ବ," ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
ବଦଳ ସାରକଥା ଲୁଚାଇଦିଅନ୍ତୁ
ଟିକେ
ଟିକେ
 
ଇଲେକ୍ଟ୍ରନ୍ ମାନେ ଯେତେବେଳେ ପରସ୍ପରର ପ୍ରଭାବ କ୍ଷେତ୍ରରେ ଥିବା ପରମାଣୁମାନଙ୍କ ମଧ୍ୟରେ ଅଦଳ ବଦଳ ହୁଅନ୍ତି, ସେତେବେଳେ ସେମାନଙ୍କଠାରେ ସଂବେଗର ସୃଷ୍ଟି ହୁଏ । ଇଲେକ୍ଟ୍ରନ୍ ମାନଙ୍କ ଗତି ଯୋଗୁଁ ଜାତ ହେଉଥିବା ସଂବେଗ ପାରମାଣବିକ ଓ ଆଣବିକ ବଳର ଉତ୍ସ । ପଲିଙ୍କ ବହିଷ୍କରଣ ସିଦ୍ଧାନ୍ତ (ଈଂରାଜୀରେ Pauli’s Exclusion Principle) ଅନୁଯାୟୀ ଏକ ସୀମିତ ସ୍ଥାନରେ ଏକତ୍ରିତ ଇଲେକ୍ଟ୍ରନ୍ ମାନଙ୍କ ସଂବେଗରେ ବୃଦ୍ଧି ଘଟିଥାଏ ।  ଏପରିକି ବସ୍ତୁର ଘନତ୍ଵ ମଧ୍ୟ ଇଲେକ୍ଟ୍ରନ୍ ମାନଙ୍କ ସଂବେଗର ଅଦଳବଦଳରେ ସୃଷ୍ଟ ବଳ ଓ ସେମାନଙ୍କ ମଧ୍ୟରେ ଥିବା ବିଦ୍ୟୁତ୍-ଚୁମ୍ଵକୀୟ ବଳର ସନ୍ତୁଳନ ଉପରେ ନିର୍ଭର କରେ ।
 
== ପାରମ୍ପରିକ ପରିଭାଷା ==
୧୬୦୦ ମସିହାରେ ୱିଲିୟମ୍ ଗିଲବର୍ଟ୍ ପ୍ରଥମେ ପ୍ରସ୍ତାବ ଦେଇଥିଲେ ଯେ ଉଭୟ ବୈଦୁତିକ ଶକ୍ତି ଓ ଚୁମ୍ଵକୀୟ ଶକ୍ତି ଯୋଗୁଁ ପଦାର୍ଥମାନଙ୍କ ମଧ୍ୟରେ ଆକର୍ଷଣ ଓ ବିକର୍ଷଣ ହୋଇଥାଏ । କିନ୍ତୁ ଦୁହେଁ ଭିନ୍ନ ଭିନ୍ନ ବଳ । ସେ କାଳରେ ସମୁଦ୍ରରେ ଯାତ୍ରା କରୁଥିବା ନାବିକମାନେ ଅନୁଧ୍ୟାନ କରିଥିଲେ ଯେ ବଜ୍ରପାତ ସମୟରେ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । କିନ୍ତୁ ଏହାର କାରଣ କେହି ଜାଣି ନଥିଲେ । ୧୭୫୨ ମସିହାରେ ବେଞ୍ଜାମିନ୍ ଫ୍ରାଙ୍କଲିନ୍ ଙ୍କ ପରୀକ୍ଷାପରେ ଜଣା ପଡ଼ିଲା ଯେ ବଜ୍ରପାତ ସମୟରେ ବିଦ୍ୟୁତ୍-ପ୍ରବାହ ହୋଇଥାଏ।  ୧୮୦୨ରେ ରୋମାଗ୍ନୋସି ପ୍ରଥମେ ଏହାର କାରଣ ଆକସ୍ମିକ ଭାବେ ଜାଣିପାରି ତାହା ପ୍ରକାଶ କଲେ । କିନ୍ତୁ ୧୮୨୦ରେ ଓରଷ୍ଟେଡ୍ ନିଜ ବୈଜ୍ଞାନିକ ପରୀକ୍ଷାଦ୍ଵାରା ସର୍ବବିଦିତ କରାଇଲେ । ତାଙ୍କ ଗବେଷଣାକୁ ବ୍ୟବହାର କରି ଆମ୍ପିୟର୍ ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ ।
 
୧୮୨୦ ରୁ ୧୮୭୩ ମସିହା ମଧ୍ୟରେ ଏହି ତତ୍ତ୍ଵର ବିକାଶରେ ଅନେକ ବୈଜ୍ଞାନିକ ଭାଗୀ ହେଲେ । ସେହି ସମୟରେ ଜେମସ୍ କ୍ଲାର୍କ୍ ମାକ୍ସୱେଲ ସମସ୍ତ ଗବେଷଣାକୁ ଏକ ସୂତ୍ରରେ ବାନ୍ଧିବାରେ ସମର୍ଥ ହେଲେ ଓ ଆଲୋକର ବିଦ୍ୟୁତ୍-ଚୁମ୍ବକୀୟ ପ୍ରକୃତିର ଆବିଷ୍କାର କରିଥିଲେ । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵରେ ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ରର ଗୁଣ ମାକ୍ସୱେଲଙ୍କ ସମୀକରଣ ଦ୍ଵାରା ଓ ବିଦ୍ୟୁତ୍-ଚୁମ୍ଵକୀୟ ବଳର ମାପ ଲୋରେଞ୍ଜ୍ ବଳ ନିୟମ ଦ୍ଵାରା ନିରୂପିତ ହୋଇଥାନ୍ତି । 
 
ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵର ପାରମ୍ପରିକ ଯାନ୍ତିକ ବିଜ୍ଞାନ ସହିତ ମତାନ୍ତର ରହିଛି । କିନ୍ତୁ ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ବିଶେଷ ଆପେକ୍ଷିକ ତତ୍ତ୍ଵକୁ ସମର୍ଥନ କରେ । ମାକ୍ସୱେଲଙ୍କ ସମୀକରଣ ଅନୁସାରେ ଶୂନ୍ୟରେ ଆଲୋକର ବେଗ ସ୍ଥିର ଓ ଅପରିବର୍ତ୍ତନୀୟ । ଏହା କେବଳ ଶୂନ୍ୟର ବୈଦୁତିକ ଅନୁଜ୍ଞତା ଓ ବିଶିଷ୍ଟ ଚୁମ୍ଵକଶୀଳତା ଉପରେ ନିର୍ଭରଶୀଳ । କିନ୍ତୁ ସେ ସମୟରେ ଅନେକ ଦିନରୁ ଭୌତିକ ବିଜ୍ଞାନର ଭିତ୍ତିଭୂମି ସାଜିଥିବା ଗାଲିଲିଓଙ୍କ ନିଶ୍ଚରତା ନିୟମକୁ ଏହା ବିରୋଧ କରୁଥିଲା ।  ଉଦାହରଣ ସ୍ଵରୂପ: ପାରମ୍ପରିକ ବିଜ୍ଞାନ ଅନୁସାରେ ଏକ ସ୍ଥିର ବା ଗତିଶୀଳ ଉତ୍ସରୁ ବାହାରୁଥିବା ଆଲୋକର ବେଗ ସମାନ ହୋଇପାରିବ ନାହିଁ । ତେଣୁ ପାରମ୍ପରିକ ବିଜ୍ଞାନର ସହମତି ପାଇଁ ଶୂନ୍ୟରେ ଇଥର୍ ନାମକ ଏକ ମାଧ୍ୟମ ରହିଛି ଏବଂ ଆଲୋକ ଇଥର୍ ମାଧ୍ୟମରେ ଗତି କରେ ବୋଲି କୁହାଗଲା । କିନ୍ତୁ ସେତେବେଳେ ହୋଇଥିବା ସମସ୍ତ ପରୀକ୍ଷାରୁ ଏହା ସତ୍ୟ ବୋଲି ପ୍ରମାଣିତ ହୋଇପାରିଲା ନାହିଁ । ହେନ୍ଡେରିକ୍ ଲୋରେଞ୍ଜ୍ ଓ ହେନେରି ପୋଇନକେର୍ ଙ୍କ ସହାୟତାରେ ୧୯୦୫ ମସିହାରେ ଆଇନ୍ ଷ୍ଟାଇନ୍ ବିଶେଷ ଆପେକ୍ଷିକ ତତ୍ତ୍ଵର ଆବିଷ୍କାର କଲେ ଓ ଏହି କାଳ୍ପନିକ ମାଧ୍ୟମର ପ୍ରହେଳିକାର ଅନ୍ତ ହେଲା । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ପାରମ୍ପରିକ ଯାନ୍ତ୍ରିକ ବିଜ୍ଞାନର ସମର୍ଥନ କଲାନାହିଁ କିନ୍ତୁ ବିଶେଷ ଆପେକ୍ଷିକ ତତ୍ତ୍ଵର ପରିଧୀରେ ଗୃହିତ ହେଲା ।  
 
== ବିଦ୍ୟୁତ୍-ଚୁମ୍ବକୀୟ ମାତ୍ରକ ==
୨,୪୪୭

ଗୋଟି ସମ୍ପାଦନା

ଦିଗବାରେଣି ମେନୁ