"ବିଦ୍ୟୁତ୍,ଚୁମ୍ବକତ୍ବ," ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
Regular Character Changes
ଟିକେ (Bot: Automated text replacement (- ରୁ +ରୁ ))
ଟିକେ (Regular Character Changes)
'''ବିଦ୍ୟୁତ୍-ଚୁମ୍ଵକତ୍ଵ''' ବା '''ବିଦ୍ୟୁତ୍-ଚୁମ୍ଵକୀୟ ପ୍ରଭାବ''' ଭୌତିକ ବିଜ୍ଞାନର ଏକ ପ୍ରମୁଖ ଶାଖା । ବିଦ୍ୟୁତ୍-ଚୁମ୍ଵକୀୟ ବଳ ଓ ତାହାର ପ୍ରଭାବର ଅନୁଶୀଳନ ଏହି ଶାଖାର ଭିତ୍ତିଭୂମି । ବୈଦୁତିକ ଚାର୍ଜ୍ ବହନ କରୁଥିବା ବସ୍ତୁମାନଙ୍କ ମଧ୍ୟରେ ବଳ ସୃଷ୍ଟି ହୁଏ, ତାହାକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ ବୋଲି କୁହାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳ, ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ର (ବୈଦୁତିକ କ୍ଷେତ୍ର, ଚୁମ୍ଵକୀୟ କ୍ଷେତ୍ର, ଆଲୋକ) ସହିତ ଓତଃପ୍ରୋତ ଭାବେ ଜଡ଼ିତ । ଆଧୁନିକ ଭୌତିକ ବିଜ୍ଞାନରେ ବିଦ୍ୟୁତ୍-ଚୁମ୍ଵକୀୟ ବଳକୁ ପାରମାଣବିକ ବସ୍ତୁ (ଈଂରାଜୀରେ Atomic Particles)ଙ୍କ ମଧ୍ୟରେ ଥିବା ଏକ ମୌଳିକ ପାରସ୍ପରିକ ବଳ ଭାବେ ଗଣନା କରାଯାଏ । ସାଧାରଣତଃ ପାରମାଣବିକ ବସ୍ତୁମାନଙ୍କ ମଧ୍ୟରେ ଥିବା ୪ଟି ମୌଳିକ ପାରସ୍ପରିକ ବଳ ହେଲା: ଶକ୍ତିଶାଳୀ ବଳ (ଈଂରାଜୀରେ Strong Force), ଶକ୍ତିହୀନ ବଳ (ଈଂରାଜୀରେ Weak Force), ମହାକର୍ଷଣୀୟ (ଈଂରାଜୀରେ Gravitational) ଏବଂ ବିଦ୍ୟୁତ୍-ଚୁମ୍ଵକତ୍ଵ (ଈଂରାଜୀରେ Electro-Magnetic) । ବିଦ୍ୟୁତ୍-ଚୁମ୍ଵକତ୍ଵକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ (ଲୋରେଞ୍ଜ୍ ବଳ)ର ପ୍ରଭାବ ଦ୍ଵାରାପ୍ରଭାବଦ୍ଵାରା ପରିପ୍ରକାଶ କରାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳରେ ବୈଦୁତିକ ବଳ ଓ ଚୁମ୍ଵକତ୍ଵ ସମାହିତ ।
 
ପାରମ୍ପରିକ ଭୌତିକ ବିଜ୍ଞାନର ଅନୁସାରେ ବିଦ୍ୟୁତ୍ ଚାର୍ଜ୍ ଓ ବିଦ୍ୟୁତ୍ ବିଭବ ଯୋଗୁଁ ବୈଦ୍ୟୁତିକ କ୍ଷେତ୍ର ସୃଷ୍ଟି ହୋଇଥାଏ । ମାଇକେଲ୍ ଫାରାଡ଼େଙ୍କ ନିୟମାନୁସାରେ ଚୁମ୍ଵକୀୟ କ୍ଷେତ୍ର, ବିଦ୍ୟୁତ୍-ଚୁମ୍ଵକୀୟ ଉପପାଦନ (ଈଂରାଜୀରେ Electromagnetic Induction) ଓ ଚୁମ୍ଵକତ୍ଵ ସହିତ ସମ୍ପୃକ୍ତ । ବୈଦୁତିକ କ୍ଷେତ୍ରରେ ଚାର୍ଜ୍ ଓ ପ୍ରବାହ, ଚୁମ୍ଵକୀୟ କ୍ଷେତ୍ର ପରସ୍ପରକୁ କିପରି ଭାବେ ପ୍ରଭାବିତ କରନ୍ତି ମାକ୍ସୱେଲଙ୍କ ସମୀକରଣରେ ଦର୍ଶିତ ହୋଇଛି ।  ବିଦ୍ୟୁତ୍-ଚୁମ୍ଵକତ୍ଵର ପରୀକ୍ଷଣ ଦ୍ଵାରାପରୀକ୍ଷଣଦ୍ଵାରା ଶୂନ୍ୟରେ ଆଲୋକର ବେଗ ନିରୂପିତ ହୋଇପାରିଲା ଓ ଏହା ଆଇନ୍ ଷ୍ଟାଇନଙ୍କ ବିଶେଷ ଆପେକ୍ଷିକ ତତ୍ତ୍ଵର ଭିତ୍ତିଭୂମି । 
 
== ଇତିହାସ ==
ପୂର୍ବେ ବିଜ୍ଞାନ ଜଗତରେ ବୈଦୁତିକ ପ୍ରଭାବ ଓ ଚୁମ୍ବକତ୍ଵ ଭିନ୍ନ ଭିନ୍ନ ବଳ ବୋଲି ଧାରଣା ଥିଲା । ୧୮୭୩ ମସିହାରେ ଜେମ୍ସ୍ କ୍ଲାର୍କ ମାକ୍ସୱେଲଙ୍କ ବିଦ୍ୟୁତ୍ ଓ ଚୁମ୍ଵକତ୍ଵ ସମ୍ଵନ୍ଧୀୟ ଲେଖ ପରେ ଏହି ଧାରଣା ବଦଳିଲା । ଯେତେବେଳେ ଯୁକ୍ତ ଚାର୍ଜ୍ ଓ ବିଯୁକ୍ତ ଚାର୍ଜ୍ ପରସ୍ପରର ପ୍ରଭାବରେ ଆସନ୍ତି ସେତେବେଳେ׃
 
୧. ବୈଦ୍ୟୁତିକ ଚାର୍ଜ୍ ପରସ୍ପରକୁ ଯେଉଁ ବଳ ଦ୍ଵାରାବଳଦ୍ଵାରା ଆକର୍ଷଣ ବା ବିକର୍ଷଣ କରନ୍ତି, ତାହା ସେମାନଙ୍କ ମଧ୍ୟବର୍ତ୍ତୀ ଦୂରତାର ବର୍ଗ ସହ ବିପରୀତତଃ ଅନୁପାତୀ ।  ସମଚାର୍ଜ୍ ପରସ୍ପରକୁ ବିକର୍ଷଣ ଓ ଅସମଚାର୍ଜ୍ ପରସ୍ପରକୁ ଆକର୍ଷଣ କରିଥାନ୍ତି । 
 
୨. ବୈଦ୍ୟୁତିକ ଚାର୍ଜ୍ ଦ୍ଵାରାଚାର୍ଜ୍ଦ୍ଵାରା ସୃଷ୍ଟ ଚୁମ୍ଵକୀୟ ମେରୁ ପରସ୍ପରକୁ ଯେଉଁ ବଳ ଦ୍ଵାରାବଳଦ୍ଵାରା ଆକର୍ଷଣ ବା ବିକର୍ଷଣ କରନ୍ତି, ତାହା ସେମାନଙ୍କ ମଧ୍ୟବର୍ତ୍ତୀ ଦୂରତାର ବର୍ଗ ସହ ବିପରୀତତଃ ଅନୁପାତୀ ।
 
୩. ଏକ ତାରରେ ପ୍ରବାହିତ ବିଦ୍ୟୁତ୍ ସ୍ରୋତ ନିଜ ଚାରିପଟେ ଏକ ଚୁମ୍ଵକୀୟ କ୍ଷେତ୍ର ସୃଷ୍ଟି କରିଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକୀୟ କ୍ଷେତ୍ରର ଦିଗ ନିରୂପଣ କରିଥାଏ (ଏହାକୁ “ଡାହାଣ ହାତ ପାପୁଲି ନିୟମ” ମଧ୍ୟ କୁହନ୍ତି । ଡାହାଣ ହାତର ପାପୁଲିକୁ ଖୋଲାକରି ରଖାଯାଉ ଯେପରିକି ବୁଢ଼ା ଆଙ୍ଗୁଠି ଓ ଅନ୍ୟ ଚାରି ଆଙ୍ଗୁଠି ପରସ୍ପର ପ୍ରତି ୯୦ ଡିଗ୍ରୀରେ ରହିବେ । ଯଦି ବୁଢ଼ା ଆଙ୍ଗୁଠି ତାରରେ ବିଦ୍ୟୁତ୍ ପ୍ରବାହର ଦିଗ ଦର୍ଶାଏ, ତେବେ ବାକି ଚାରି ଆଙ୍ଗୁଠି ମୁଠେଇ ଆଣିଲେ ଯେଉଁ ଦିଗ ନିରୂପଣ ହୁଏ ତାହା ଚୁମ୍ଵକୀୟ କ୍ଷେତ୍ରର ଦିଗ) ।
୧୬୦୦ ମସିହାରେ ୱିଲିୟମ୍ ଗିଲବର୍ଟ୍ ପ୍ରଥମେ ପ୍ରସ୍ତାବ ଦେଇଥିଲେ ଯେ ଉଭୟ ବୈଦୁତିକ ଶକ୍ତି ଓ ଚୁମ୍ଵକୀୟ ଶକ୍ତି ଯୋଗୁଁ ପଦାର୍ଥମାନଙ୍କ ମଧ୍ୟରେ ଆକର୍ଷଣ ଓ ବିକର୍ଷଣ ହୋଇଥାଏ । କିନ୍ତୁ ଦୁହେଁ ଭିନ୍ନ ଭିନ୍ନ ବଳ । ସେ କାଳରେ ସମୁଦ୍ରରେ ଯାତ୍ରା କରୁଥିବା ନାବିକମାନେ ଅନୁଧ୍ୟାନ କରିଥିଲେ ଯେ ବଜ୍ରପାତ ସମୟରେ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । କିନ୍ତୁ ଏହାର କାରଣ କେହି ଜାଣି ନଥିଲେ । ୧୭୫୨ ମସିହାରେ ବେଞ୍ଜାମିନ୍ ଫ୍ରାଙ୍କଲିନ୍ଙ୍କ ପରୀକ୍ଷାପରେ ଜଣା ପଡ଼ିଲା ଯେ ବଜ୍ରପାତ ସମୟରେ ବିଦ୍ୟୁତ୍-ପ୍ରବାହ ହୋଇଥାଏ।  ୧୮୦୨ରେ ରୋମାଗ୍ନୋସି ପ୍ରଥମେ ଏହାର କାରଣ ଆକସ୍ମିକ ଭାବେ ଜାଣିପାରି ତାହା ପ୍ରକାଶ କଲେ । କିନ୍ତୁ ୧୮୨୦ରେ ଓରଷ୍ଟେଡ୍ ନିଜ ବୈଜ୍ଞାନିକ ପରୀକ୍ଷାଦ୍ଵାରା ଏହାକୁ ସର୍ବବିଦିତ କରାଇଲେ । ତାଙ୍କ ଗବେଷଣାକୁ ବ୍ୟବହାର କରି ଆମ୍ପିୟର୍ ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ ।
 
୧୮୨୦ରୁ ୧୮୭୩ ମସିହା ମଧ୍ୟରେ ଏହି ତତ୍ତ୍ଵର ବିକାଶରେ ଅନେକ ବୈଜ୍ଞାନିକ ଭାଗୀ ହେଲେ । ସେହି ସମୟରେ ଜେମସ୍ କ୍ଲାର୍କ୍ ମାକ୍ସୱେଲ ସମସ୍ତ ଗବେଷଣାକୁ ଏକ ସୂତ୍ରରେ ବାନ୍ଧିବାରେ ସମର୍ଥ ହେଲେ ଓ ଆଲୋକର ବିଦ୍ୟୁତ୍-ଚୁମ୍ବକୀୟ ପ୍ରକୃତିର ଆବିଷ୍କାର କରିଥିଲେ । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵରେ ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ରର ଗୁଣ ମାକ୍ସୱେଲଙ୍କ ସମୀକରଣ ଦ୍ଵାରାସମୀକରଣଦ୍ଵାରା ଓ ବିଦ୍ୟୁତ୍-ଚୁମ୍ଵକୀୟ ବଳର ମାପ ଲୋରେଞ୍ଜ୍ ବଳ ନିୟମ ଦ୍ଵାରାନିୟମଦ୍ଵାରା ନିରୂପିତ ହୋଇଥାନ୍ତି । 
 
ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵର ପାରମ୍ପରିକ ଯାନ୍ତିକ ବିଜ୍ଞାନ ସହିତ ମତାନ୍ତର ରହିଛି । କିନ୍ତୁ ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ବିଶେଷ ଆପେକ୍ଷିକ ତତ୍ତ୍ଵକୁ ସମର୍ଥନ କରେ । ମାକ୍ସୱେଲଙ୍କ ସମୀକରଣ ଅନୁସାରେ ଶୂନ୍ୟରେ ଆଲୋକର ବେଗ ସ୍ଥିର ଓ ଅପରିବର୍ତ୍ତନୀୟ । ଏହା କେବଳ ଶୂନ୍ୟର ବୈଦୁତିକ ଅନୁଜ୍ଞତା ଓ ବିଶିଷ୍ଟ ଚୁମ୍ଵକଶୀଳତା ଉପରେ ନିର୍ଭରଶୀଳ । କିନ୍ତୁ ସେ ସମୟରେ ଅନେକ ଦିନରୁ ଭୌତିକ ବିଜ୍ଞାନର ଭିତ୍ତିଭୂମି ସାଜିଥିବା ଗାଲିଲିଓଙ୍କ ନିଶ୍ଚରତା ନିୟମକୁ ଏହା ବିରୋଧ କରୁଥିଲା ।  ଉଦାହରଣ ସ୍ଵରୂପ: ପାରମ୍ପରିକ ବିଜ୍ଞାନ ଅନୁସାରେ ଏକ ସ୍ଥିର ବା ଗତିଶୀଳ ଉତ୍ସରୁ ବାହାରୁଥିବା ଆଲୋକର ବେଗ ସମାନ ହୋଇପାରିବ ନାହିଁ । ତେଣୁ ପାରମ୍ପରିକ ବିଜ୍ଞାନର ସହମତି ପାଇଁ ଶୂନ୍ୟରେ ଇଥର୍ ନାମକ ଏକ ମାଧ୍ୟମ ରହିଛି ଏବଂ ଆଲୋକ ଇଥର୍ ମାଧ୍ୟମରେ ଗତି କରେ ବୋଲି କୁହାଗଲା । କିନ୍ତୁ ସେତେବେଳେ ହୋଇଥିବା ସମସ୍ତ ପରୀକ୍ଷାରୁ ଏହା ସତ୍ୟ ବୋଲି ପ୍ରମାଣିତ ହୋଇପାରିଲା ନାହିଁ । ହେଣ୍ଡେରିକ୍ ଲୋରେଞ୍ଜ୍ ଓ ହେନେରି ପୋଇନକେର୍ଙ୍କ ସହାୟତାରେ ୧୯୦୫ ମସିହାରେ ଆଇନ୍ ଷ୍ଟାଇନ୍ ବିଶେଷ ଆପେକ୍ଷିକ ତତ୍ତ୍ଵର ଆବିଷ୍କାର କଲେ ଓ ଏହି କାଳ୍ପନିକ ମାଧ୍ୟମ ଇଥର ସମ୍ଵନ୍ଧୀୟ ପ୍ରହେଳିକାର ଅନ୍ତ ହେଲା । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ପାରମ୍ପରିକ ଯାନ୍ତ୍ରିକ ବିଜ୍ଞାନର ସମର୍ଥନ କଲାନାହିଁ କିନ୍ତୁ ବିଶେଷ ଆପେକ୍ଷିକ ତତ୍ତ୍ଵର ପରିଧୀରେ ଗୃହିତ ହେଲା ।  
 
== ଆଧୁନିକ ପରିଭାଷା ==
୧୯୦୫ ମସିହାରେ ଆଇନ୍ ଷ୍ଟାଇନଙ୍କ ଦ୍ଵାରାଷ୍ଟାଇନଙ୍କଦ୍ଵାରା ଲିଖିତ ଦ୍ଵିତୀୟ ନିବନ୍ଧରେ ସେ ପାରମ୍ପରିକ ବିଦ୍ୟୁତ୍-ଚୁମ୍ଵକତ୍ଵର ସତ୍ୟତା ଉପରେ ଅନେକ ପ୍ରଶ୍ନବାଚୀ ଉଠାଇଥିଲେ । ଆଇନ୍ ଷ୍ଟାଇନଙ୍କ ଦ୍ଵାରାଷ୍ଟାଇନଙ୍କଦ୍ଵାରା ପ୍ରସ୍ତାବିତ ତତ୍ତ୍ଵରେ କୁହାଗଲା ଯେ ଆଲୋକ କେବଳ ଏକ ତରଙ୍ଗ ନୁହେଁ । ଏହାକୁ ଏକ କ୍ଷୁଦ୍ରକଣ ଭଳି ମଧ୍ୟ ଦେଖାଯାଇପାରେ । ଅର୍ଥାତ୍ ଆଲୋକରେ ସାଧାରଣ ପଦାର୍ଥ ପରି କେତେକ ଗୁଣ ରହିଛି । ଏହି କ୍ଷୁଦ୍ରକଣକୁ ପରବର୍ତ୍ତୀ ସମୟରେ ଫୋଟୋନ୍ କୁହାଗଲା । ଆଇନ୍ ଷ୍ଟାଇନଙ୍କ ଏହି ଆବିଷ୍କାର ପାଇଁ ତାଙ୍କୁ ନୋବେଲ୍ ପୁରସ୍କାର ଦ୍ଵାରାପୁରସ୍କାରଦ୍ଵାରା ସମ୍ମାନିତ କରାଯାଇଥିଲା । ୧୯୦୦ ମସିହାରେ ମ୍ୟାକ୍ସ୍ ପ୍ଲାଙ୍କ୍ ଅତି-ବାଇଗଣି ରଶ୍ମୀର ପରୀକ୍ଷା କରି “ପ୍ରମାତ୍ର” (ଈଂରାଜୀରେ Quanta/Quantum) ଶବ୍ଦର ପ୍ରଚଳନ କଲେ । ତାପଯୁକ୍ତ ବସ୍ତୁରୁ ଭିନ୍ନ ଭିନ୍ନ କ୍ଷୁଦ୍ରାଂଶରେ ବିଦ୍ୟୁତ୍-ଚୁମ୍ଵକୀୟ ବିକୀରଣ ହୁଏ ବୋଲି ପ୍ଲାଙ୍କ୍ ପରୀକ୍ଷା ଦ୍ଵାରାପରୀକ୍ଷାଦ୍ଵାରା ଦର୍ଶାଇଲେ । ପାରମ୍ପରିକ ବିଜ୍ଞାନରେ କେବଳ ଏକ ପ୍ରକାରର ତରଙ୍ଗ ବୋଲି କୁହାଯାଉଥିବା ଆଲୋକର ଏକ ନୂଆ ରୂପ ସମ୍ପର୍କରେ ବିଶ୍ଵବାସୀ ଜାଣିପାରିଲେ ।  ଏହି ଦୁଇ ବୈଜ୍ଞାନିକଙ୍କ ତତ୍ତ୍ଵକୁ ଆଧାର କରି ୧୯୨୫ ମସିହାରେ ପ୍ରମାତ୍ର ଯାନ୍ତ୍ରିକୀ  (ଈଂରାଜୀରେ Quantum Mechanics) ଓ ପରବର୍ତ୍ତୀ ସମୟରେ ବିଦ୍ୟୁତ୍-ଚୁମ୍ଵକୀୟତାର ପ୍ରମାତ୍ର ତତ୍ତ୍ଵ (ଈଂରାଜୀରେ Quantum Theory of Electromagnetism) ଗଠିତ ହେଲା ।  
 
ପ୍ରମାତ୍ର ବିଦ୍ୟୁତଗତିବିଜ୍ଞାନ (Quantum Electrodynamics): ଆଧୁନିକ ବିଜ୍ଞାନରେ ପ୍ରମାତ୍ର ବିଦ୍ୟୁତଗତିବିଜ୍ଞାନ ମାକ୍ସୱେଲଙ୍କ ସମୀକରଣକୁ ଅତିକ୍ରମ କରି ଏକ ସଠିକ୍ ତଥ୍ୟ ପରିବେଷଣ କରିଥିବାରୁ ରିଚାର୍ଡ୍ ଫେମ୍ୟାନ୍ ଏହାକୁ “ଭୌତିକ ବିଜ୍ଞାନର ମଉଡମଣି” ବୋଲି କହିଛନ୍ତି । 
୩୫,୫୫୩

ଗୋଟି ସମ୍ପାଦନା

ଦିଗବାରେଣି ମେନୁ