"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେ ବର୍ଣ୍ଣନା |
ଟିକେ ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
{{About|ଚନ୍ଦନ ଯାତ୍ରା||ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ}} |
{{About|ଚନ୍ଦନ ଯାତ୍ରା||ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ}} |
||
== ପୌରାଣିକ ଭିତ୍ତିଭୂମି == |
|||
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ଏହା ମହାପ୍ରଭୁ ଜଗନ୍ନାଥଙ୍କର ଗ୍ରୀଷ୍ମ ପର୍ବ। |
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ଏହା ମହାପ୍ରଭୁ ଜଗନ୍ନାଥଙ୍କର ଗ୍ରୀଷ୍ମ ପର୍ବ। |
||
୩୫ କ ଧାଡ଼ି: | ୩୪ କ ଧାଡ଼ି: | ||
[[ଶ୍ରେଣୀ:ଜଗନ୍ନାଥ ଧର୍ମ]] |
[[ଶ୍ରେଣୀ:ଜଗନ୍ନାଥ ଧର୍ମ]] |
||
[[ଶ୍ରେଣୀ:ଜଗନ୍ନାଥ ଧର୍ମର ପର୍ବ]] |
[[ଶ୍ରେଣୀ:ଜଗନ୍ନାଥ ଧର୍ମର ପର୍ବ]] |
||
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ--> |
|||
[[bn:চন্দনযাত্রা]] |
|||
[[en:Chandan Yatra]] |
|||
[[ru:Чандан-ятра]] |
୦୭:୩୫, ୨୫ ଅପ୍ରେଲ ୨୦୧୨ ଅନୁସାରେ କରାଯାଇଥିବା ବଦଳ
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ଏହା ମହାପ୍ରଭୁ ଜଗନ୍ନାଥଙ୍କର ଗ୍ରୀଷ୍ମ ପର୍ବ।
ମାସ/ତିଥି
ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ୪୨ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ
ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ
ବାହାର ଚନ୍ଦନଯାତ୍ରା
ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା ମଦନମୋହନଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।
ଭଉଁରୀ
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ ପରମ୍ପରା ଅନୁଯାୟୀ ମଦନମୋହନ, ରାମକୃଷ୍ଣ, ଭୂଦେବୀ ଓ ଶ୍ରୀଦେବୀଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ ଠାକୁରମାନେ ନରେନ୍ଦ୍ର ପୁଷ୍କରିଣୀରେ ୨୧ଘେରା ଚାପ ଖେଳିବା ପରେ ଶ୍ରୀମନ୍ଦିରକୁ ବାହୁଡ଼ାବିଜେ କରିଥାନ୍ତି
ପରମ୍ପରା ଅନୁଯାୟୀ ଭଉଁରୀଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳଧରି ରଥଖଳାକୁ ଯାଇଥାନ୍ତି ସେଠାରେ ଶ୍ରୀଅଙ୍ଗଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା ସେବକମାନେ ପାଇବାପରେ ନିର୍ମାଣାଧିନ ତିନିରଥର ତିନୋଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି
ଭଉଁରୀଯାତ୍ରା ପରଦିନ ଶ୍ରୀଜୀଉମାନଙ୍କର ହଳଦୀପାଣି ନୀତି ଅନୁଷ୍ଠିତ ହୋଇଥାଏ ଏଥିରେ ଆଜ୍ଞାମାଳ ପାଇବାପରେ ବିମାନ ବିଜେକରି ଠାକୁରମାନେ ନରେନ୍ଦ୍ରପୁଷ୍କରିଣୀରେ ପହଞ୍ଚିବାପରେ କେବଳ ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀ ଚାପଡଙ୍ଗାକୁ ବିଜେକରି ହଳଦୀପାଣୀ ପିଚକାରୀ ଖେଳିଥାନ୍ତି
ଭିତର ଚନ୍ଦନଯାତ୍ରା
ଏଥିରେ ଶ୍ରୀମଦନମୋହନ, ଭୂଦେବୀ ଓ ଶ୍ରୀଦେବୀ ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି
ଚନ୍ଦନପ୍ରିୟ ଜଗନ୍ନାଥ
ଶ୍ରୀମନ୍ଦିର ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି[୧], ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ ସିଂହାରୀ ସେବକ ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି